PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ରାଜ୍ୟରେ ଆଉ ୬୭ ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର, ୨୫/୦୭ : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୫୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର