PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି

ଭୁବନେଶ୍ଵର, ୨୪/୦୭ : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୧୧ଜଣ । ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୂଆପଡ଼ା, ମାଲକାନାଗିରି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୫ ହଜାର ୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୧୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୧ ହଜାର ୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।