PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି

ଭୁବନେଶ୍ଵର,୦୩/୦୮ : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୦୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ, କଟକରୁ ୯ ଜଣ, ପୁରୀରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୦ ହଜାର ୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୪ ହଜାର ୩୨୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୦ ହଜାର ୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୧୦୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।