PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର: ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ ଜଣ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ ଜଣ ବୃଦ୍ଧି

ଭୁବନେଶ୍ୱର,୦୨/୦୩ : କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି।  ଯାହାର ଫଳ ସ୍ୱରୂପ ଏବେ ସୀମାନ୍ତ ଜିଲ୍ଲାର ସଂକ୍ରମଣ ଦିନକୁ ଦିନ ଡରାଉଛି। ୨୪ ଘଣ୍ଟା ରାଜ୍ୟରେ ୧୬ ଟି ଜିଲ୍ଲାରୁ ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୨୪ ଘଣ୍ଟାରେ ୧୬ଟି ଜିଲ୍ଲାରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୩ ଜଣ, ସମ୍ବଲପୁରରୁ ୧୨ ଜଣ, ଖୋର୍ଦ୍ଧାରୁ ୮ ଜଣ, ଝାରସୁଗୁଡାରୁ ୬ ଜଣ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ସୋନପୁରରୁ ୪ ଜଣ ଲେଖାଏଁ, ବରଗଡ଼, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଭଦ୍ରକରୁ ୨ ଜଣ, ଗଜପତି, ଗଞ୍ଜାମ,କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଳାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ ମଧ୍ୟ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୦ ହଜାର ୧୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।