PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର, ୨୬/୦୧ : ରାଜ୍ୟରେ ତଳକୁ ଖସୁଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୪୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨୫୨୬୮ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୧୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୫୭ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯୬, ବରଗଡ଼ ଜିଲ୍ଲାରୁ ୧୩୪ଜଣ, ଭଦ୍ରକ ଜିଲ୍ଲାରୁ ୧୦୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦୭ଜଣ, ବୌଦ୍ଧ ଜିଲ୍ଲାରୁ ୯୮ଜଣ, କଟକ ଜିଲ୍ଲାରୁ ୫୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୭ଜଣ, ଗଜପତି ଜିଲ୍ଲାରୁ ୯୯ଜଣ, ଗଞ୍ଜାମ ଜିଲ୍ଲାରୁ ୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୧୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮୮ଜଣ, କନ୍ଧମାଳ ଜିଲ୍ଲାରୁ ୧୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୫୯ଜଣ, କୋରାପୁଟ ଜିଲ୍ଲାରୁ ୧୫୯ଜଣ, ମାଲକାନଗିରି ଜିଲ୍ଲାରୁ ୬୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨୪୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୧ଜଣ, ପୁରୀ ଜିଲ୍ଲାରୁ ୧୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୦ଜଣ, ସୋନପୁର ଜିଲ୍ଲାରୁ ୨୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୭୮ଜଣ, ଷ୍ଟେଟ ପୁଲ୍‌ରୁ ୩୯୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୨୫୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୪୨୧୬୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୩୧୮୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।