ରାଜ୍ୟ ପାଇଁ ଆଶ୍ବସ୍ତି ଖବର: ସୁସ୍ଥ ହେଲେ ଆଉ ୮୦ ଜଣ କରୋନା ଆକ୍ରାନ୍ତ, ପୁରୀ ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ବର ୨୮/୫: :ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବା ବେଳେ ଆଶ୍ବସ୍ତି ଖବର ଆସିଛି। ୧୫ଟି ଜିଲ୍ଲାରୁ ୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି। ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ପୁରୀ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଓ ମାଲକାନଗିରି ଜିଲ୍ଲାରୁ ୧୬ଜଣ ଲେଖାଏଁ କଟକ ଜିଲ୍ଲାରୁ ୭ଜଣ, ନାୟଗଡ଼,ସୋନପୁର,ଝାରସୁଗୁଡ଼ା, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲୋଖାଏଁ ଏବଂ ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଜିଲ୍ଲାରୁ ୨ଜ ଲେଖାଏଁ ଆକ୍ରାନ୍ତି, ବଲାଙ୍ଗୀର,ଜଗତସିଂହପୁର ନବରଙ୍ଗପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍‌ରେ ସୂଚନା ପ୍ରଦାନ କରାଯାଇଛି। ଫଳରେ ରାଜ୍ୟରେ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୧୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   ସମ୍ବନ୍ଧିତ ଖବର


ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ

ନିଖୋଜ ହୋଇଯାଇଛି ବହୁ ଚର୍ଚ୍ଚିତ ନାବାଳିକା ଗଣ ଦୁଷ୍କର୍ମ ସହ ବେଆଇନ ଗର୍ଭପାତ କରାଯାଇଥିବା ପୀଡିତା

ଜେଲରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ମାଡ଼, ଅଭିଯୋଗ ଆଣିଲେ ଓକିଲ

ନିର୍ବାଚନ ପୂର୍ବରୁ ବିଜେପିକୁ ଝଟକା –ଦେବେନ୍ଦ୍ର ଫଡନାଭିସ୍‌ଙ୍କୁ କରୋନା

କରୋନା କାଳରେ ଏହି ଦେଶର ଲୋକମାନେ ବୁଲିବୁଲି ଖୋଜୁଛନ୍ତି ‘ବିଶେଷ ଜିନିଷ’, ଯଦି ମିଳିଯିବ ତେବେ…