ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୨ଶହ ପାର୍

ଭୁବନେଶ୍ୱର ୨୩/୫ : ଆଜି ରାଜ୍ୟରେ ଆଉ ୮୦ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି।  ଆଜି ଚିହ୍ନଟ ହୋଇଥିବା ୮୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ଜଣ ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ୍ ହୋଇଛନ୍ତି। ବାକି ୭ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡିଛି।

ଆଜି ଚିହ୍ନଟ୍ ହୋଇଥିବା ୮୦ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୭ ଓ ଯାଜପୁର ୧୪, ସୁନ୍ଦରଗଡ଼, ନୟାଗଡ଼ ଓ ମାଲକାନଗିରୀ ଜିଲ୍ଲାରୁ ୫ଜଣ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି। ବାଲେଶ୍ବର ଏବଂ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କନ୍ଦମାଳ ଜିଲ୍ଲାରୁ ୨ଜଣ ସଂକ୍ରମିତ ହୋଇଛନ୍ତି। ଆଜି କରୋନା ମ୍ୟାପରେ ନୂଆଜିଲ୍ଲା ଭାବରେ ନବରଙ୍ଗପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। କଟକ ଓ ବଲାଙ୍ଗୀର ଜିଲ୍ଲାରୁ ବି ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ୍ ହୋଇଥିବା ସୂଚନା ଦିଆଯାଇଛି।

ସୂଚନା ମୁତାବିକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୪୩୬ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି।

   ସମ୍ବନ୍ଧିତ ଖବର


ବିଦେଶ ଫେରନ୍ତା ଫୋନ୍‌ ନଉଠାଇଲେ କାର୍ଯ୍ୟାନୁଷ୍ଠାନ

କରୋନାରେ ମୃତ୍ୟୁ ପରେ ଆସିଲେନି ପରିବାର ଲୋକ, ଶବକୁ ଷ୍ଟ୍ରେଚରରୁ କବର ଭିତରକୁ ଫୋପାଡି ଦେଲେ ମେଡିକାଲ ଷ୍ଟାଫ୍

ଏ ବର୍ଷ ବନ୍ଦ ହେବନି କୌଣସି ସ୍କୁଲ, ସୋମବାରଠୁ ସବୁ ସ୍କୁଲରେ ଆରମ୍ଭ ହେବ ନାମଲେଖା

ରଥଖଳା: ପଡ଼ିଲା ଖଦିଓରା, ବୁଲିଲା ଚଉଦ ନାହାକା

ଭୁବନେଶ୍ୱରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଜନଧନ ଖାତାରେ ଏହି ଦିନ ସୁଦ୍ଧା ଆସିବ ଶେଷ କିସ୍ତି, ତାରିଖ ଅନୁସାରେ ମିଳିବ ଟଙ୍କା