PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୧ ଜଣ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ ଜଣ ବୃଦ୍ଧି

ଭୁବନେଶ୍ୱର,୦୪/୦୩ : କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଚିନ୍ତା ବଢ଼ାଇଛି।  ଯାହାର ଫଳ ସ୍ୱରୂପ ଏବେ ସଂକ୍ରମଣ ଦିନକୁ ଦିନ ଡରାଉଛି। ୨୪ ଘଣ୍ଟା ରାଜ୍ୟରେ ୨୨ ଟି ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ୨୨ଟି ଜିଲ୍ଲାରୁ ୮୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୫ ଜଣ, ମୟୂରଭଞ୍ଜରୁ ୮ ଜଣ, ବରଗଡ଼ରୁ ୭ ଜଣ, ବାଲେଶ୍ବର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ଝାରସୁଗୁଡାରୁ ୫ ଜଣ, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, କଟକରୁ ୩ ଜଣ, ପୁରୀରୁ ୨ ଜଣ, ଅନୁଗୁଳ, ଦେବଗଡ଼, ଗଜପତି, ଗଞ୍ଜାମ,କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୯୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୪ ଲକ୍ଷ ୦୫ ହଜାର ୦୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି।