PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ ହଜାର ୩୯୯ କରୋନା ପଜିଟିଭ୍ ଚିହ୍ନ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧କୁ ବୃଦ୍ଧି

ଭୁବନେଶ୍ୱର, ୦୨/୦୬ : ରାଜ୍ୟରେ କରୋନା ଟ୍ରେଣ୍ଡ ଧୀରେ ଧୀରେ କମୁଛି। ସଂକ୍ରମଣ ହାର କମିବା ଫଳରେ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସେପଟେ ଜିଲ୍ଲାସ୍ତରରେ ମଧ୍ୟ ପଜିଟିଭ୍‌ ହାର କମିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୩୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ ୪ ହଜାର ୭୪୧ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୫୮ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୬୮, ବାଲେଶ୍ଵରରୁ ୨୪୦, ବରଗଡ଼ରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେଓଗଡ଼ରୁ ୮୧, ଡେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେଉଁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟୁରଭଞ୍ଜରୁ ୪୮୫, ନବରଙ୍ଗପୁରରୁ ୨୦୦, ନୟାଗଡ଼ରୁ ୨୨୩, ନୂଆପଡାରୁ ୩୪, ପୁରୀରୁ ୪୭୫, ରାୟଗଡ଼ାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡ଼ରୁ ୪୭୭, ଷ୍ଟେଟପୁଲ ୧୮୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୮୨ ହଜାର ୧୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୭ ହଜାର ୨୨୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୯୨ ହଜାର ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି।