PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ
  • ||
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୨୨୦ ଅତିକ୍ରମ କଲା ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର ୫।୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ତୀବ୍ର କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ । ଗଜପତି ଜିଲ୍ଲାର ୨୭ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୨୧ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ (ଟାଇପ୍-୨) ରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ।ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ଡାଇବେଟିସ୍ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ ।