ପୁଣି ବଢ଼ିଲା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୯୪ ଜଣ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୦୧୮ ଜଣ ବୃଦ୍ଧି

ଭୁବନେଶ୍ୱର, ୨୬/ ୦୨ : କରୋନା ମହାମାରୀ କବଳରୁ ଓଡ଼ିଶା ମୁକୁଳିବାରେ ଲାଗିଛି । ଯାହାର ଫଳ ସ୍ୱରୂପ ଏବେ ଚିକିତ୍ସାଧୀନ ଥିବା ରୋଗୀଙ୍କ ସଂଖ୍ୟାରେ ବଡ ଧରଣର ହ୍ରାସ ଘଟିଛି । ୨୪ ଘଣ୍ଟା ରାଜ୍ୟରେ ୨୧ଟି ଜିଲ୍ଲାରୁ ୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୩୮ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୦୧୮ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 25th Feb
— I & PR Department, Odisha (@IPR_Odisha) February 26, 2021
New Positive Cases: 94
In quarantine: 56
Local contacts: 38
(Details of local contacts will be shared by concerned District Administration)
District Wise Cases:
1. Angul: 4
2. Balasore: 8
3. Bargarh: 10
4. Balangir: 1
5. Boudh: 1
6. Cuttack: 4
ପୁଣି ରାଜ୍ୟ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇଛି। ୨୪ ଘଣ୍ଟା ମଧ୍ୟରେ ୨୧ଟି ଜିଲ୍ଲାରୁ ୯୪ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୭ ଜଣ, ବରଗଡ଼ରୁ ୧୦ ଜଣ, ବାଲେଶ୍ବର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଲୋଖାଏଁ, ମୟୂରଭଞ୍ଜରୁ ୭ ଜଣ, ଝାରସୁଗୁଡାରୁ ୫ ଜଣ, ଅନୁଗୁଳ, କଟକ ଓ ଯାଜପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ,କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ,ପୁରୀରୁ ୨ ଜଣ, ବଲାଙ୍ଗୀର, ବୌଦ୍ଧ, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ମଧ୍ୟ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
19. Sambalpur: 17
— I & PR Department, Odisha (@IPR_Odisha) February 26, 2021
20. Sonepur: 1
21. Sundargarh: 8
22. State Pool: 1
New recoveries: 67
Cumulative tested: 8277713
Positive: 337018
Recovered: 334400
Active cases: 650
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୫୦ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୨ ଲକ୍ଷ ୭୭ ହଜାର ୭୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି।