PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଦାନ୍ତେୱାଡାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ, ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓନେତ୍ରୀ ନିପାତ

ମାଲକାନଗିରି, ୩୧/୦୫ : ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଏନକାଉଣ୍ଟରରେ ଜଣେ ହାର୍ଡକୋର ମହିଳା ମାଓନେତ୍ରୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି।

ସୂଚନା ମୁତାବକ, ଦାନ୍ତେୱାଡା ଜିଲ୍ଲାର ଗିଦାମ ଥାନା ଅଞ୍ଚଳରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହା ପରେ ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ମିଳିତ ଭାବେ କୁମ୍ବିଙ୍ଗ ଅପରେସନ ଆରମ୍ଭ କରାଯାଇଥିଲା । ଯବାନଙ୍କୁ ଆସିବା ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିବାରୁ ସୁରକ୍ଷାବାହିନୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ଉଭୟ ପକ୍ଷ ମଧ୍ୟରେ ଅଧ ଘଂଟାରୁ ଉର୍ଦ୍ଧ୍ଵ ସମୟ ଧରି ଗୁଳି ବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳ ଛାଡି ପଳାୟନ କରିଥିଲେ । ଯବାନମାନେ ଘଟଣାସ୍ଥଳକୁ ସର୍ଚ୍ଚ କରିବାରୁ ଜଣେ ହାର୍ଡକୋରର ମାଓନେତ୍ରୀଙ୍କ ଶବ ଜବତ କରିଥିବା ବେଳେ ସେ ପିଏଲଜିଏ ପ୍ଲାଟୁନ ନମ୍ବର ୧୬ର ସଦସ୍ୟ ଓ ତାଙ୍କ ନାମ ୱାଇକେ ପୋକ୍କ ବୋଲି ଜଣା ପଡ଼ିଛି। ୱାଇକେଙ୍କୁ ଗିରଫ କରିବା ଲାଗି ସରକାର ପୂର୍ବରୁ ୨ ଲକ୍ଷ ଟଙ୍କାର ଅର୍ଥ ରାଶି ଘୋଷଣା କରିଥିବା ଦାନ୍ତେୱାଡା ଏସପି ଅଭିଶେକ ପଲ୍ଲଭ ସୂଚନା ଦେଇଛନ୍ତି । ଏହାସହ ସମ୍ପୃକ୍ତ ଅଞ୍ଚଳରେ ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଏସପି କହିଛନ୍ତି ।