PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଭାରସାମ୍ୟ ହରାଇ ଓଲଟିଲା ଚିଙ୍ଗୁଡ଼ି ବୋଝେଇ ପିକଅପ୍ ଭ୍ୟାନ୍, ବୋହିନେଲେ ସ୍ଥାନୀୟ ଲୋକେ

ଜଳେଶ୍ଵର, ୩୦/୦୫ : ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଓଲଟିଲା ଚିଙ୍ଗୁଡ଼ି ବୋଝେଇ ପିକଅପ ଭ୍ୟାନ୍। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ଜଳେଶ୍ଵର ଥାନା ୬୦ ନମ୍ବର ଜାତୀୟ ରାଜପଥ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ବାଲେଶ୍ୱର ଜିଲ୍ଲା କସାଫଳ ଅଞ୍ଚଳର ଚିଙ୍ଗୁଡ଼ି ଫାର୍ମରୁ ଚିଙ୍ଗୁଡ଼ି ନେଇ ଏକ ପିକଅପ ଦ୍ରୁତ ଗତିରେ କଲିକତା ଅଭିମୁଖେ ଯାଉଥିଲା। ଏହି ସମୟରେ ଗାଡିଟି ଭାରସାମ୍ୟ ହରାଇ ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ଗାୟତ୍ରୀ ପେଟ୍ରୋଲ ପମ୍ପ ନିକଟରେ ଗାଡ଼ିର ବାମ ଚକଟି ଏକ ଖାଲରେ ପଡ଼ିଯିବାରୁ ଗାଡିଟି ଓଲଟି ପଡିଥିଲା। ତେବେ ଉଭୟ ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତିଯାଇଛନ୍ତି। ସମସ୍ତ ଚିଙ୍ଗୁଡ଼ି ମାଛ ରାସ୍ତାରେ ଢାଳିଯାଇଛି। ତେବେ ଏହି ଦୁର୍ଘଟଣା ପରେ କିଛି ସ୍ଥାନୀୟ ଲୋକ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରିଥିବା ବେଳେ ଆଉ କିଛି ଲୋକ ଚିଙ୍ଗୁଡ଼ି ମାଛ ବୋହିନେବାର ଦେଖିବାକୁ ମିଳିଛି। ସୂଚନା ପାଇ ଜଳେଶ୍ଵର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।