PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି: ରହସ୍ୟ ଖୋଲୁନି, ଅଧାରେ ଅଟକିଛି ତଦନ୍ତ

ପାରଳାଖେମୁଣ୍ଡି, ୦୧/୦୮: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାର ତଦନ୍ତ ପୁଲିସ ଜାରି ରଖିଛି । ଏଥିରେ ସହାୟତା କରୁଛି କ୍ରାଇମବ୍ରାଞ୍ଚ୍‌ । ଘଟଣାକୁ ୨୦ ଦିନ ବିତି ସାରିଥିବା ବେଳେ ଘଟଣାର ରହସ୍ୟ ଉପରୁ ପରଦା ହଟୁନାହିଁ । ଯାଞ୍ଚକୁ ନେଇ ପ୍ରଶ୍ନ ଉଠାଇଛନ୍ତି ସୌମ୍ୟଙ୍କ ପରିବାର, ବୁଦ୍ଧିଜୀବୀ ଓ ଆଇନଜୀବୀ । ଏତେବଡ଼ ଘଟଣାରେ ପୁଲିସ ଅନ୍ଧାରରେ ବାଡ଼ି ବୁଲାଉଥିବା ସେମାନେ ଅଭିଯୋଗ କରିଛନ୍ତି ।

ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇକୁ ପ୍ରଦାନ ଦାବି କରି ଗତ ୨୭ ତାରିଖ ହାଇକୋର୍ଟର ଦ୍ୱାରସ୍ଥ ହୋଇଛି ଭାରତୀୟ ବିକାଶ ପରିଷଦ। ଏସବୁ ମଧ୍ୟରେ ଗଜପତି ଏସ୍‌ପି ତପନ ପଟ୍ଟନାୟକ ଶନିବାର ଅବସର ଗ୍ରହଣ କରିଛନ୍ତି । କେହି ନୂଆ ଏସ୍‌ପି ଆସିନଥିବା ଯୋଗୁଁ ଦାୟିତ୍ୱରେ ରହିଛନ୍ତି ଏଏସ୍‌ପି ବାମଦେବ ସିଂ। ଜିଲ୍ଲା ପୁଲିସ ମୁଖ୍ୟ ବଦଳିବା ପରେ ତଦନ୍ତ ତ୍ୱରାନ୍ୱିତ ହେବ କି ନାହିଁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଏସିଏଫ୍‌ ରହସ୍ୟଜନକ ମୃତ୍ୟୁ ଘଟଣାକୁ ସମୟ ଯେତିକି ଗଡୁଛି, ସସ୍‌ପେନ୍‌ସ୍‌ ସେତିକି ବଢୁଛି । ତଦନ୍ତକାରୀ ଟିମ୍‌ ୪ଟି ଜିଲ୍ଲା ବୁଲି ତଦନ୍ତ କରିଛି, କିନ୍ତୁ କୌଣସିଠାରୁ ମଧ୍ୟ କିଛି ବିଶେଷ ସୁରାକ ପାଇନାହିଁ । ଶରୀରର ୯୫% ପୋଡ଼ି ହୋଇଥିବାରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ ପେଟ ସମ୍ପୂର୍ଣ୍ଣ ଖାଲି ରହିଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ପୋଡ଼ା ଶରୀରରୁ କିରାସିନି ଗନ୍ଧ ବାହାରୁଥିବା ମଧ୍ୟ ରିପୋର୍ଟରେ ସ୍ପଷ୍ଟ କରାଯାଇଛି । ବହୁ ପ୍ରଶ୍ନ ଅସମାହିତ ରହିଥିବା ବେଳେ ପୁଲିସ ଏବଂ କ୍ରାଇମବ୍ରାଞ୍ଚ୍‌ ମିଳିତ ତଦନ୍ତକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି ।