PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ACFO ସୌମ୍ୟରଂଜନ ମୃତ୍ୟୁ ମାମଲାରେ DFOଙ୍କୁ କ୍ଲିନ୍ ଚିଟ୍ ଦେଲେ ଗଜପତି SP, ଡିଏଫଓଙ୍କ କଲ୍ ଡିଟେଲ୍‌ସରୁ ମିଳିନି କୌଣସି ତଥ୍ୟ…

ଗଜପତି ୨୩/୦୭ : ବହୁଚର୍ଚ୍ଚିତ ACFO ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ DFO ସଂଗ୍ରାମ କେଶରୀ ବେହେରାଙ୍କୁ କ୍ଲିନ୍‌ ଚିଟ୍‌ ପ୍ରଦାନ କରିଛନ୍ତି ଗଜପତି ଏସ୍‌ପି ତପନ କୁମାର । DFOଙ୍କ କଲ୍‌ ଡିଟେଲ୍ସରୁ କୌଣସି ତଥ୍ୟ ମିଳିନଥିବା ଏବଂ ତାଙ୍କ ବିରୁଦ୍ଧରେ ସେଭଳି କୌଣସି ପ୍ରମାଣ ନଥିବା କହିଛନ୍ତି ଗଜପତି ଏସପି ତପନ କୁମାର ପଟ୍ଟନାୟକ । ଏହା ସହିତ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ବ୍ୟାଚଲର ପାର୍ଟି ବାବଦରେ ତଦନ୍ତ ହେବ ବୋଲି ସେ କହିଛନ୍ତି । ଏହା ସହିତ ଏସ୍‌ପି ତପନ କୁମାର ପଟ୍ଟନାୟକ କହିଛନ୍ତି ଯେ, ମାନବିକତା ଦୃଷ୍ଟିରୁ IIC ମମତା ପଣ୍ଡା ଉପସ୍ଥିତ ଥିଲେ ।


ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମାରାଥନ୍ ଜେରା କରିଥିଲା ତଦନ୍ତକାରୀ ଟିମ୍ । ୩ ଘଣ୍ଟା ଧରି ଡିଏଫଓଙ୍କୁ ଜେରା କରାଯାଇଥିଲା । ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଖଣ୍ଡନ କରିଥିଲେ ଡିଏଫଓ ସଂଗ୍ରାମ କେଶରୀ ବେହେରା । ବିଦ୍ୟାଭାରତୀଙ୍କ ସହ ତାଙ୍କର କୌଣସି ସଂପର୍କ ନଥିବା ଜେରା ବେଳେ ତଦନ୍ତକାରୀ ଟିମ୍ ଆଗରେ ସେ ପ୍ରକାଶ କରିଥିଲେ ।

ଜେରା ଶେଷ ହେବା ପରେ ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ତେବେ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିଥିବା ନେଇ ସେ ସୂଚନା ଦେଇଥିଲେ । ଜେରା ସମ୍ପର୍କରେ କିନ୍ତୁ କୌଣସି ମତାମତ ଦେଇନଥିଲେ ଡିଏଫଓ । ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ କାର‌୍ୟ୍ୟାଳୟରେ ପହଞ୍ଚିଥିଲେ ପୋଲିସ ଓ କ୍ରାଇମବ୍ରାଞ୍ଚ ଟିମ୍ । ଡିଏଫଓଙ୍କ କା୍ୟାଳୟରେ ଚାଲିଥିଲା ଜେରା । କଡା ସୁରକ୍ଷାବଳୟ ମଧ୍ୟରେ ନିଜ ସରକାରୀ ବସଭବନରୁ କାର୍ଯ୍ୟାଳୟରେ ପହଞ୍ଚିଥିଲେ ଡିଏଫଓ ।