PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଆରପାରିରେ ପ୍ରଖ୍ୟାତ କନ୍ନଡ ଅଭିନେତ୍ରୀ ଜୟନ୍ତୀ, ଶୋକ ବ୍ୟକ୍ତ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

ମୁମ୍ବାଇ ୨୬।୭ : ଆରପାରିରେ ପ୍ରଖ୍ୟାତ କନ୍ନଡ ଅଭିନେତ୍ରୀ ଜୟନ୍ତୀ। ଅଭିନେତ୍ରୀ ଜୟନ୍ତୀ ଆଜି ସକାଳେ ବାଙ୍ଗାଲୋରରେ ଥିବା ତାଙ୍କ ଘରେ ୭୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ଦେହାନ୍ତରେ କନ୍ନଡ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି। ଜୟନ୍ତୀଙ୍କ ପୁଅ କୃଷ୍ଣ କୁମାର ଅଭିନେତ୍ରୀଙ୍କ ମୃତ୍ୟୁକୁ ନେଇ ସ୍ପଷ୍ଟ ସୂଚନା ଦେଇଛନ୍ତି। ଅଭିନେତ୍ରୀଙ୍କ ଦେହାନ୍ତରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପା ଏକ ଟ୍ବିଟ୍‌ ମାଧ୍ୟମରେ ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଲେଖିଛନ୍ତି- ‘ଫିଲ୍ମ ଇଣ୍ଡଷ୍ଟ୍ରିରେ ତାଙ୍କର ଅବଦାନ ବହୁତ ବଡ। କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରି ପାଇଁ ଏହା ଏକ ଅପୂରଣୀୟ କ୍ଷତି ।

ଜୟନ୍ତୀ ୬ ଜାନୁଆରୀ ୧୯୪୫ରେ କର୍ଣ୍ଣାଟକରେ ଜନ୍ମଗ୍ରହଣ କରିଥିଲେ। ଶିଶୁ କଳାକାର ଭାବରେ କ୍ୟାରିଅର୍ ଆରମ୍ଭ କରି ଜୟନ୍ତୀ ଅଭିନୟ, ପ୍ରଡକ୍ସନ୍ ଏବଂ ଗୀତ ପାଇଁ ବେଶ୍‌ ଚର୍ଚ୍ଚିତ ଥିଲେ। ୬୦ ରୁ ୮୦ ଦଶକର ସବୁଠାରୁ ସୁନ୍ଦର ଏବଂ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ବିବେଚିତ ହୋଇଥିବା ଜୟନ୍ତୀ ମିଥୁନ ଗଣେଶନ୍, ଏମ୍ଏ‌ଜିଆରବଂ ଜୟଲଳିତା ପରି ବଡ ତାରକାଙ୍କ ସହ କାମ କରିଥିଲେ । କନ୍ନଡ ବ୍ୟତୀତ ଜୟନ୍ତୀ ତାଙ୍କ କ୍ୟାରିୟରରେ ତାମିଲ, ତେଲୁଗୁ, ମାଲାୟାଲମ୍ ଏବଂ ହିନ୍ଦୀ ଭାଷାରେ ଫିଲ୍ମ କରିଥିଲେ। ହିନ୍ଦୀରେ ସେ ଷାଠିଏ ଦଶକରେ ‘ତିନ ବହୁରାନିଆ’, ‘ତୁମସେ ଆଛା କୌନ ହେ’ ଏବଂ ‘ଗୁଣ୍ଡା’ରେ କାମ କରିଥିଲେ।