PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

୨୪ ଘଣ୍ଟା ମଧ୍ୟରେ ବଢ଼ିଲା ସଂକ୍ରମଣ, କମିଲା ମୃତ୍ୟୁ ସଂଖ୍ୟା: ଆଉ ୩୩ ଜୀବନ ନେଲା କରୋନା

ଭୁବନେଶ୍ବର ୩୦/୦୫: ସାମାନ୍ୟ ଢିଲାପଣ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ। ୩ ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ଆଜି ପୁଣି ଉପରମୁହାଁ ହୋଇଛି। ଗତ ୨୪ ଘଣ୍ଟା ଭିତରେ ୯୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏପଟେ କିନ୍ତୁ ମୃତ୍ୟୁ ସଂଖ୍ୟା ବି କମୁନି । ପୁଣି  ୩୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ଦେବଗଡ଼, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୫୬ ହଜାର ୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୫ ହଜାର ୨୨୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୫୮ ହଜାର ୬୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୭୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୭୧୧୪୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି।