PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ଆହାର କେନ୍ଦ୍ର କର୍ମଚାରୀଙ୍କୁ ଛଟେଇ, ପ୍ରତିବାଦରେ ଧାରଣା ଦେଲେ ଶତାଧିକ କର୍ମଚାରୀ

ଭୁବନେଶ୍ୱର,୧୯।୮: ରଜ୍ୟର ବିଭିନ୍ନ ଆହାର କେନ୍ଦ୍ରରେ କାମ କରୁଥିବା କର୍ମଚାରୀଙ୍କୁ ଛଟେଇ କରି ନୂଆ କର୍ମଚାରୀଙ୍କୁ ନିଯୁକ୍ତି ଦେଉଛି ଅକ୍ଷୟ ପାତ୍ର ଫାଉଣ୍ଡେସନ । ଏହାକୁ ପ୍ରତିବାଦ କରି ଆଜି ଶତାଧିକ କର୍ମଚାରୀ ଧାରଣା ଦେଇଥିଲେ । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୁଲିସ ପହଞ୍ଚି ଆନ୍ଦୋଳନ କରୁଥିବା କର୍ମଚାରୀଙ୍କୁ ବୁଝାସୁଝା କରିଥିଲେ । ଏହାପରେ ପରିସ୍ଥିତି ଶାନ୍ତ ପଡ଼ିଥଲା । ଏ ସମ୍ପର୍କରେ ଆନ୍ଦୋଳନରତ କର୍ମଚାରୀ କହିଛନ୍ତି, ଅକ୍ଷୟପାତ୍ର ଫାଉଣ୍ଡେସନ ଦାୟିତ୍ୱ ନେବା ଠାରୁ ବିଭିନ୍ନ ଆହାର କେନ୍ଦ୍ରରେ ଆମେ କାର୍ଯ୍ୟ କରି ଆସୁଥିଲୁ । ହେଲେ ସଂସ୍ଥା ପକ୍ଷରୁ ପୂର୍ବରୁ କୌଣସି ସୂଚନା ଦିଆ ନ ଯାଇ ଆମକୁ କାର୍ଯ୍ୟରୁ ବାହାର କରି ଦିଆଯାଇଛି । ଆମ ଜାଗାରେ ନୂଆ କର୍ମଚାରୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି । ତୁରନ୍ତ ଆମକୁ କାର୍ଯ୍ୟରେ ଯୋଗ ଦେବାକୁ ଅନୁମତି ଦିଆ ନ ଗଲେ ଆମେ ମୁଖ୍ୟମନ୍ତ୍ରୀଙ୍କ ଘର ସମ୍ମୁଖରେ ଧାରଣା ଦେବୁ । ଏନେଇ ଅକ୍ଷୟ ପାତ୍ର ଫାଉଣ୍ଡେସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରି ନାହିଁ ।