PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଏମ୍‌ସରେ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟନ କରିବେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର ୨୨/୧୨: ଏମ୍‌ସରେ ଛିଡ଼ା ହେବେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି । ଆସନ୍ତା ୨୫ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବଦ୍ଧନ ଓ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଉଦ୍‌ଘାଟନ କରିବେ। ପ୍ରତିମୂର୍ତ୍ତି ସହ ମନ୍ତ୍ରୀ ଏମ୍‌ସର ମଡ୍ୟୁଲାର ଓଟି ଓ ଅନ୍ୟ ନୂଆ ବିଭାଗର ମଧ୍ୟ ଶୁଭାରମ୍ଭ କରିବେ ।

ମିଳିଥିବା ସୂଚନା ମୁତାବକ, ୨୦୧୮ ମସିହାରେ ଏମ୍‌ସର ସମାବର୍ତ୍ତନ ଉତ୍ସବରେ ବାଜପେୟୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଘୋଷଣା ହୋଇଥିଲା । ପ୍ରତିମୂର୍ତ୍ତି ଏମ୍‌ସ କ୍ୟାମ୍ପସରେ ଥିବା ଜଳଫୁଆରା ନିକଟରେ ଛିଡ଼ା ହେବ । ୨୦ ଫୁଟ୍‌ ଉଚ୍ଚର ବ୍ରୋଞ୍ଚ ପ୍ରତିମୂର୍ତ୍ତି ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଇଣ୍ଡିଆନ୍‌ ଅଏଲ କର୍ପୋରେସନ୍‌ କର୍ପୋରେଟ ସମାଜିକ ଦାୟିତ୍ୱବୋଧ (ସିଏସ୍‌ଆର) ପାଣ୍ଠିରୁ ଅର୍ଥ ଦେଇଛି । ଅଟଳ ବିହାରୀ ବାଜପେୟୀଙ୍କ ପରିକଳ୍ପନା ଥିଲା ଭୁବନେଶ୍ୱର ଏମ୍‌ସ। ନୂଆଦିଲ୍ଲୀ ଏମ୍‌ସ ପରେ ବାଜପେୟୀ ୬ଟି ନୂଆ ଏମ୍‌ସ କରିବାକୁ ନିଷ୍ପତ୍ତି ନେଇଥିଲେ । ଭୁବନେଶ୍ୱରରେ ନୂଆ ଏମ୍‌ସ ପାଇଁ ପ୍ରଥମେ ଭିତ୍ତି ପଡ଼ିଥିଲା ।