PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ

ବ୍ରହ୍ମପୁର, ୦୩/୦୮ : ଦୀର୍ଘ ଦିନର ବ୍ୟବଧାନ ପରେ କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର। ଭକ୍ତମାନେ ଆଜିଠାରୁ ମନ୍ଦିର ଯାଇ ଦିଅଁ ଦର୍ଶନ କରିପାରିବେ। ହେଲେ ମନ୍ଦିରରେ ଭୋଗରାଗ କରିପାରିବେ ନାହିଁ। ମନ୍ଦିର ଭିତରେ କୌଣସି କାର୍ଯ୍ୟକ୍ରମ ହୋଇପାରିବ ନାହିଁ। କୋଭିଡ୍ ଗାଇଡଲାଇନ୍ ମାନି ଭକ୍ତମାନେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ। ଦର୍ଶନ ବେଳେ ମାସ୍କ ଓ ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି।

ତେବେ ସମସ୍ତ ପ୍ରକାରର କୋଭିଡ୍ ଗାଇଡଲାଇନ୍‌କୁ ଅନୁପାଳନ କରିବା ପାଇଁ ବ୍ରହ୍ମପୁର ମହାନଗର ନିଗମ କମିଶନର ମନ୍ଦିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ଅଗଷ୍ଟ ମାସ ଗାଇଡଲାଇନ୍ ଜାରି କରିବା ପରେ ସ୍ଥାନୀୟ ପ୍ରଶାସନ ମନ୍ଦିର ଖୋଲିବାକୁ ଅନୁମତି ଦେଇଥିବା କମିଶନର କହିଛନ୍ତି।