PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ମା’ ଶାରଳା ଓ ଗୋରେଖନାଥଙ୍କ ପୀଠ, ମନ୍ଦିର ଭିତରେ ଭୋଗ କରିପାରିବେନି ଭକ୍ତ

ଜଗତସିଂହପୁର, ୦୫/୦୮ : ଆସନ୍ତାକାଲି ଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠ ଓ ଗୋରେଖନାଥ ପୀଠ। ଏହା ସହ ଜଗତସିଂହପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ମନ୍ଦିର ଆସିପାରିବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ତେବେ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଗୁଡ଼ିକରେ ସନ୍ଧ୍ୟା ୬ଟା ପୂର୍ବରୁ ମନ୍ଦିର ବନ୍ଦ ହେବ। ଏହା ସହ ମନ୍ଦିର ଭିତରକୁ ଶ୍ରଦ୍ଧାଳୁମାନେ ଭୋଗ କିମ୍ବା ପ୍ରସାଦ ନେବାକୁ ବାରଣ କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନର ବୈଠକ ପରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସୂଚନା ଦେଇଛନ୍ତି।