PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

୫ ବର୍ଷ ସୁଯୋଗ ଦେଲେ ଦେଲେ ଓଡିଶାକୁ ୧ ନମ୍ବର କରିଦେବୁ: ଅମିତ ଶାହା

ଭୁବନେଶ୍ବର୧|୪: ୨୯ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରେ ଆଜି ଥିଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହାଙ୍କ ପାଳି । ବିଜେପିର ଷ୍ଟାର କ୍ୟାମ୍ପେନର ଭାବେ ଓଡ଼ିଶାରେ ପାର୍ଟିର ପ୍ରଚାର ପାଇଁ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଏବଂ ନବରଙ୍ଗପୁରରେ ଆ​‌ୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇଥିଲେ ଅମିତ୍‌ ଶାହା । ଆଉ ସିଧା ସିଧା ନବୀନ ସରକାରଙ୍କୁ ଟାର୍ଗେଟ କରିବା ସହ ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଭୋଟରଙ୍କୁ ମାଗିଥିଲେ ୫ବର୍ଷ ।

ଆରମ୍ଭରୁ ଆଟାକିଂ ମୁଡ୍‌ରେ ଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ସିଧା ସିଧା ନବୀନ ସରକାରଙ୍କୁ  ଆଉ କଂଗ୍ରେସକୁ ସାଧିଥିଲେ ନିଶାନା। କହିଥିଲେ, ନବୀନ ପଟ୍ଟନାୟକ ୧୯ବର୍ଷ ହେଲାଣି ଓଡ଼ିଶାରେ ଶାସନ କରୁଛନ୍ତି । କିନ୍ତୁ ଦୁର୍ଭାଗ୍ୟର କଥା ସେ ଆଜି ପର୍ଯ୍ୟନ୍ତ ଓଡ଼ିଆ କହିପାରିଲେନି । ଆପଣମାନେ କଂଗ୍ରେସକୁ ଢ଼େର୍‌ ସମୟ ଶାସନ କରିବାର ସୁଯୋଗ ଦେଇଛନ୍ତି । ବିଜେଡିକୁ ୧୯ବର୍ଷ ହେଲାଣି ଶାସନ କରିବାର ସୁଯୋଗ ଦେଇଛନ୍ତି । ଆଉ ଓଡ଼ିଶାରେ ସେମାନେ କ’ଣ ବିକାଶ କରିଛନ୍ତି ସେ ସବୁ ଆପଣଙ୍କ ସାମ୍ନାରେ ଅଛି । ଏହାକୁ ନଜରରେ ରଖି ଥରେ ବିଜେପିକୁ ସୁଯୋଗ ଦେଇ ଦେଖନ୍ତୁ । ୫ବର୍ଷରେ ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟ କରିଦେବୁ ।

ଓଡ଼ିଶାକୁ ଏକ ନମ୍ବର ରାଜ୍ୟରେ ପରିଣତ କରିବାର ପ୍ରତିଶ୍ରୁତି ଦେଇ ୫ବର୍ଷ ସମୟ ମାଗିଲେ । ପୁଣି ଓଡ଼ିଶା ଛାଡ଼ି ସୁରଟରେ କାମ କରୁଥିବା ହଜାର ହଜାର ଓଡ଼ିଆଙ୍କ କଥା ବି ଉଠାଇଲେ । ଏଥିରେ ପଶ୍ଚିମ ଓ ମଧ୍ୟ ଓଡ଼ିଶାକୁ ରାଜ୍ୟ ସରକାର କିଭଳି ସଉତୁଣୀ ଭଳି ବ୍ୟବହାର କରିଛନ୍ତି । ପ୍ରତି କାମରେ କେମିତି କମିଶନ ନେଉଛନ୍ତି । ମହାପ୍ରଭୁଙ୍କ ରତ୍ନଭଣ୍ଡାର ବି ଛାଡ଼ି ନାହାନ୍ତି । ମହେନ୍ଦ୍ର ତନୟା ପ୍ରକଳ୍ପ ଠାରୁ ଆରମ୍ଭ କରି ବିଶୁଦ୍ଧ ପାଣି ନଯୋଗାଇ ପାରିବା, ଡାକ୍ତରଖାନାରେ ଡାକ୍ତର ନଥିବା, ଜଳସେଚନ ସମସ୍ୟା, ଆଦିବାସୀଙ୍କୁ ପଟ୍ଟା ପର୍ଯ୍ୟନ୍ତ ସବୁ କିଛି ଉଖାରି ଥିଲେ ଶାହା ।