PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ଝାରପଡ଼ା ଜେଲକୁ ଫେରିଲା ଅଭିଯୁକ୍ତ ବିବନ

ଭୁବନେଶ୍ୱର – ବହୁ ଚର୍ଚ୍ଚିତ ଅଞ୍ଜନା ଗଣଦୁଷ୍କର୍ମ ମାମଲା ।  ୨ ଦିନିଆ ରିମାଣ୍ଡ ଶେଷ ପରେ ଝାରପଡ଼ା ଜେଲକୁ ଫେରିଲା ଅଭିଯୁକ୍ତ ବିବନ ବିଶ୍ୱାଳ । ଜେଲ୍‌ ଯିବା ପୂର୍ବରୁ ସିବିଆଇ କୋର୍ଟରେ ହାଜର ହୋଇଥିଲା ବିବନ। ରିମାଣ୍ଡ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ  ବିବନ ଠାରୁ ସିବିଆଇ ହାସଲ କରିଛି ବୋଲି ସୂଚନା । ଏହା ତଦନ୍ତ ବେଳେ ଆଗକୁ ସାହାଯ୍ୟ କରିବ ବୋଲି ସିବିଆଇ କହିଛି ।  

ଉଲ୍ଲେଖନୀୟ ଯେ, ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ସିନ୍ ରିକ୍ରିଏସନ୍ କରିଛି ସିବିଆଇ। ଅଭିଯୁକ୍ତ ବିବନ ବିଶ୍ଵାଳକୁ ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ନେଇ ରିକ୍ରିଏସନ୍ କରିଛି ପୁଲିସ। ସେଦିନର ଘଟଣା କିଭଳି ଥିଲା ? କୁତ୍ସିତ କାଣ୍ଡ ପରେ କେମିତି ରାଜ୍ୟ ବାହାରକୁ ଖସିଯାଇଥିଲା ବିବନ ? କେମିତି ନାଁ ବଦଳାଇ ଲୁଚି ବୁଲୁଥିଲା ? କାହା ପ୍ରରୋଚନାରେ ଭିଆଇଥିଲା ଜଘନ୍ୟ ଅପରାଧ? ସବୁକିଛି ସିବିଆଇ ଆଗରେ ବଖାଣିଛି ବିବନ। ଆଜି ଭୋରରୁ ୪୫ ମିନିଟ୍ ଧରି ଏହି ପ୍ରକ୍ରିୟା ଚାଲିଥିଲା। ଏହାପରେ ବିବନକୁ ବାରଙ୍ଗ ଥାନାରେ ରଖାଯାଇଥିଲା।

 ସୂଚନା ଯେ, ୧୯୯୯ ମସିହା ଜାନୁଆରୀ ୯ ତାରିଖ ରାତିରେ ବାରଙ୍ଗ ଥାନା ଅଞ୍ଚଳର ଘଟିଥିଲା ଏହି ବହୁ ଚର୍ଚ୍ଚିତ ଜଘନ୍ୟକାଣ୍ଡ । ଘଟଣାର କିଛି ଦିନ ପରେ ଦୁଇ ଅଭିଯୁକ୍ତ ପ୍ରଦୀପ ସାହୁ ଓ ଧିରେନ୍ଦ୍ର ମହାନ୍ତି ଗିରଫ ହୋଇଥିଲେ । ହେଲେ ମୁଖ୍ୟ ଅଭିଯୁକ୍ତ ବିବନ ଫେରାର ହୋଇଯାଇଥିଲା । ୨୦୦୨ ମସିହା ଏପ୍ରିଲ ୨୯ ତାରିଖରେ ଖୋର୍ଦ୍ଧା ଜିଲ୍ଲା ଜଜ୍‌ ରାୟ ଶୁଣାଇ ପ୍ରଦୀପ ଓ ଧିରେନ୍ଦ୍ରଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ । ୨୨ ବର୍ଷ ଭିତରେ ମାମଲାରେ ଗିରଫ ଅନ୍ୟ ଅପରାଧୀଙ୍କ ମୃତ୍ୟୁ ହୋଇ ସାରିଲାଣି । ଏପରିକି ମାମଲାର ଜଡିତ ବହୁ ସାକ୍ଷୀଙ୍କର ମଧ୍ୟ ଦେହାନ୍ତ ହୋଇସାରିଛି । ୨୨ ବର୍ଷ ପରେ କମିଶରେଟ୍‌ ପୁଲିସ୍‌ ବିବନକୁ ଗିରଫ କରିଛି । ମଙ୍ଗଳବାର ଜେଲ୍‌ରେ ହୋଇଥିଲା ଟିଆଇ ପରେଡ୍‌ । ଅଞ୍ଜନା ଓ ଗାଡ଼ି ଚାଳକ ଟିଆଇ ପରେଡ୍‌ରେ ବିବନ୍‌କୁ ଚିହ୍ନିଥିଲେ ।

ସମ୍ବନ୍ଧିତ ଖବର