PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଆଜି ସୁସ୍ଥ ହେଲେ ୧୮୬୫ ଜଣ; ବୋଲ ମାନୁନି ମୃତ୍ୟୁ ସଂଖ୍ୟା

pic-internet

ଭୁବନେଶ୍ୱର: ଆଜି ବି ରାଜ୍ୟରେ କରୋନା ଜନିତ ଦୈନିକ ସୁସ୍ଥ ସଂଖ୍ୟା ୨ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮୬୫ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୯୮ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ କଟକରୁ ୩୦୨, ଯାଜପୁରରୁ ୧୪୭, ବାଲେଶ୍ୱରରୁ ୧୧୫ ପୁରୀରୁ ୯୯, ଜଗତସିଂହପୁରରୁ ୯୪, ଅନୁଗୁଳ ୮୧, ଭଦ୍ରକ ଓ ମୟୂରଭଞ୍ଜରୁ ୭୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।

ସେହିପରି ସୁନ୍ଦରଗଡ଼ରୁ ୬୨, କେନ୍ଦ୍ରାପଡ଼ାରୁ ୫୫, ନୟାଗଡ଼ରୁ ୫୧, ଢେଙ୍କାନାଳ ୪୮, କୋରାପୁଟ, ମାଲକାନଗିରି ଓ ସମ୍ବଲପୁରରୁ ୨୪ ଜଣ ଲେଖାଏ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟ ଅନ୍ୟସବୁ ଜିଲ୍ଲାରେ ମଧ୍ୟ ଆଜି କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ତା ସହିତ ଷ୍ଟେଟ୍‌ପୁଲରୁ ମଦ୍ୟ ଆଜି ୮୭ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୯୪୩୦୬୯ ରହିଛି।

ଅନ୍ୟପଟେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ସଂକ୍ରମିତ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୮୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ତେବେ ମୃତ୍ୟୁ ସଂଖ୍ୟା କିନ୍ତୁ ବୋଲ ମାନୁନି। ଆଜି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୫ ହଜାର ୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୧୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୧ ହଜାର ୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି।