PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ରାଜ୍ୟରେ ସୁସ୍ଥ ହେଲେ ୨୦୪୪ ଜଣ କୋଭିଡ ରୋଗୀ; ଖୋର୍ଦ୍ଧା ଓ କଟକରୁ ସର୍ବାଧିକ

pic-indiatoday

ଭୁବନେଶ୍ୱର: ଆଜି ରାଜ୍ୟରେ ମୋଟ ୨୦୪୪ ଜଣ କୋଭିଡ-୧୯ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।  ଆଜିର ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୩୬ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ତା ପଛକୁ କଟକରୁ ୩୨୧ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୧୨୪, ପୁରୀ ୧୧୩, ଭଦ୍ରକ ୧୧୦, ଯାଜପୁର ୧୦୫, ମୟୂରଭଞ୍ଜ ୯୮, ଅନୁଗୁଳ ୯୭, ଜଗତସିଂହପୁର ୮୪, ନୟାଗଡ଼ ୭୫, କେନ୍ଦ୍ରପାଡ଼ା ୭୧, ସୁନ୍ଦରଗଡ଼ ୫୨, ଢେଙ୍କାନାଳ ୪୦, ବରଗଡ଼ ୩୩, କେଉଁଝର ୩୩, ରାୟଗଡ଼ ୨୭, ମାଲକାନଗିରି ୨୨, କନ୍ଧମାଳ ୨୦ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।

ଅନ୍ୟପଟେ ଗଜପତି କଳାହାଣ୍ଡିରୁ ୫ ଜଣ ଲେଖାଏ ରୋଗୀ ସୁସ୍ଥ ହୋଇଥିବା ବେଳେ ସୋନପୁରରୁ ୪ ଜଣ ଓ ଷ୍ଟେଟ୍‌ପୁଲରୁ ୮୫ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଅନ୍ୟ ଜିଲ୍ଲାମାନଙ୍କର ବି ଆଜି କରୋନାରୁ ରୋଗୀ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ଫଳରେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୪୧୨୦୪ କୁ ବୃଦ୍ଧି ପାଇଛି।

ଅନ୍ୟପଟେ ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୨ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୧୭ ଜଣ କରୋନା ସଂକ୍ରମିତ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର୮୫୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ଅନ୍ୟପଟେ ମୃତ୍ୟୁ ସଂଖ୍ୟା କିନ୍ତୁ ଲଗାମ ଛଡ଼ା ହୋଇଛି। ଦିନକରେ ୬୯ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୩୭୭ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସମ୍ବନ୍ଧିତ ଖବର