PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ରାଜ୍ୟରେ ୨୨୦୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେ

pic-indiatoday

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ସେତେମାତ୍ରାରେ ଖସୁ ନଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ସମ ବ୍ୟବଧାନରେ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୦୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେଥିମଧ୍ୟରୁ ଖୋର୍ଦ୍ଧାରୁ ୪୮୯ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୩୦, ଯାଜପୁରରୁ ୨୨୩, ବାଲେଶ୍ୱରରୁ ୧୭୬, ଜଗତିସିଂହପୁରରୁ ୧୨୦, ପୁରୀ ୮୩, ଅନୁଗୁଳ ୭୪, ଭଦ୍ରକ ୭୪, ନୟାଗଡ଼ ୫୯ ଓ କେନ୍ଦ୍ରାପଡ଼ାରୁ ମଧ୍ୟ ଆଜି ୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନ୍ୟପଟେ ନୂଆପଡ଼ାରୁ ୬, ଗଜପତି ୫ ଓ ଦେଓଗଡ଼ରୁ ଜଣେ ସୁସ୍ଥ ହୋଇଥିବା ବେଳେ ଷ୍ଟେଟ୍‌ପୁଲରୁ ଆଜି ୯୩ ଜଣ ସୁସ୍ଥ ହୋଇଛନ୍ତି। ତା ସହିତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ବି ଆଜି କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୯୪୭୩୮୧ ହୋଇଛି।

ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୬୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୪୯ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୮୮ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୯ ହଜାର ୧୮୫ ଜଣବୃଦ୍ଧି ପାଇଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଅନ୍ୟପଟେ ଆଜି ୬୨ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୭୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୯ ହଜାର ୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୩୮୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୫ ହଜାର ୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୫୭୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୬୫୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର