PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଅନୁଗୋଳ: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଅନୁଗୋଳ ୩୧/୧୨: ସାତକୋଶିଆ ଅଭୟାରଣ୍ୟ ଗୋପାଳପୁର ଗାଁରେ ହାତୀ ଆକ୍ରମଣରେ ପୁଣି ଜଣେ ମହିଳାଙ୍କ  ମୃତ୍ୟୁ । ମୃତ ମହିଳା ଜଣଙ୍କ ସେହି ଗାଁର ଜୟନ୍ତୀ ବୀର ।  ଭୋର ସମୟରେ ଜୟନ୍ତୀ ଶୌଚ ପାଇଁ ଘର ପଛକୁ ଯାଇଥିବାବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ।

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । ବାରମ୍ବାର ବନ୍ୟଜନ୍ତୁଙ୍କ ଆକ୍ରମଣରେ ମଣିଷ ଜୀବନ ଯାଉଥିବା ବେଳେ ଚାଷ ମଧ୍ୟ ନଷ୍ଟ ହେଉଛି । ବନ ବିଭାଗ ଏ ଦିଗରେ ଯଥେଷ୍ଟ ପଦକ୍ଷେପ ନେଉନଥିବା ଅଭିଯୋଗ ମଧ୍ୟ ହେଉଛି । ତେବେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଖବର ମିଳିବା ପରେ ପୋଲିସ ଓ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।