ଅନୁପ ସାଏ ହସ୍ପିଟାଲରେ ଭର୍ତ୍ତି : ମା-ଝିଅ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ

ରାୟଗଡ଼  -ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାୟଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପରେ ଜିନ୍ଦଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଉଲ୍ଲେଖନୀୟ ଯେ , ମା- ଝିଅ ହତ୍ୟାକାଣ୍ଡର ଅଭିଯୁକ୍ତ ଭାବେ ରାୟଗଡ଼ ଜେଲରେ ୭ ମାସରୁ ଉର୍ଦ୍ଧ୍ୱ ସମୟ ଜେଲରେ ଅଛନ୍ତି ଅନୁପ ସାଏ। ଗତ ଫେବ୍ରୁଆରୀ ୧୨ ତାରିଖ ରାତିରେ ଅନୁପ ସାଏଙ୍କୁ ତାଙ୍କ ବଗରାଚକା ବାସଭାବନରୁ ରାୟଗଡ଼ ଜିଲ୍ଲା ଚକ୍ରଧର ନଗର ଥାନା ପୁଲିସ ଉଠାଇ ନେଇଥିଲେ।

ସନ୍ଦେହ ସାରି ଦେଲା ସଂପର୍କ- ମୋବାଇଲ୍‌ ପାସ୍‌ୱାର୍ଡ ଦେବାକୁ ମନା କରିବାରୁ ଜୀବନ ନେଲା ପ୍ରେମିକ

କଳ୍ପନା ଦାଶ ଓ ଝିଅ ବବଲି ହତ୍ୟାକାଣ୍ଡରେ ଅନୁପଙ୍କ ସମ୍ପୃକ୍ତି ଜାଣିବା ପରେ  ପୁଲିସ ପ୍ରାୟ ୩ ବର୍ଷ ପରେ ଅନୁପଙ୍କ ନିକଟରେ ପହଞ୍ଚି ଥିଲା।ଏହି ମାମଲାରେ ଅନୁପଙ୍କ ସହ ତାଙ୍କ ଡ୍ରାଇଭର ମଧ୍ୟ ଜେଲରେ ଅଛନ୍ତି । କଳ୍ପନା ଦାଶ ଓ ଝିଅ ବବଲିକୁ ହତ୍ୟା କରି ଗାଡ଼ି ଚଢ଼ାଇ ରାୟଗଡ ନିକଟସ୍ଥ ଏକ ଜଙ୍ଗଲରେ ଫିଙ୍ଗି ଦେଇ ପ୍ରମାଣ ନଷ୍ଟ କରିବା ପାଇଁ ଉଦ୍ୟମ କରିଥିଲେ ଅନୁପ ଓ ତାଙ୍କ ସହଯୋଗୀ । ଏନେଇ ରାୟଗଡ଼ ପୁଲିସ ସୂଚନା କହିଥିଲା।

୨୫ ବର୍ଷୀୟା ଯୁବତୀଙ୍କ ଅଭିଯୋଗ: ସ୍ୱାମୀଙ୍କ ପରିବାର ସହ ୧୩୯ ଜଣ କରିଛନ୍ତି ଶାରୀରିକ ଶୋଷଣ

   ସମ୍ବନ୍ଧିତ ଖବର


ବଲାଙ୍ଗୀର:ଜମି ବଢିନି ଚାଷୀ ବଢିଗଲେ- କୃଷି ବିଭାଗ କହିଲା ଲକ୍‌ଡାଉନ୍ ଯୋଗୁଁ ରାଜ୍ୟ ବାହାରୁ ଫେରି ଆସିଛନ୍ତି ଚାଷୀ

ଡିସେମ୍ବର ଗାଇଡଲାଇନ୍: ୩୧ ଯାଏଁ ସିନେମା ହଲ ବନ୍ଦ, କ’ଣ ଖୋଲା କ’ଣ ବନ୍ଦ ଜାଣନ୍ତୁ…

ମଙ୍ଗଳବାରରୁ ସମସ୍ତ ରୁଟ୍‌ରେ ଆରମ୍ଭ ହେବ ମୋ ବସ୍‌ ସେବା

ପୁଣି ଥରେ ଇତିହାସ ରଚିଲା ସମ୍ ହସ୍ପିିଟାଲ ଓଡ଼ିଶାର ଦ୍ୱିତୀୟ ଥର ପାଇଁ ସମ୍ ହସ୍ପିଟାଲ୍‌ରେ ସଫଳ ଯକୃତ ପ୍ରତ୍ୟାରୋପଣ

କୋଭିଡ ଟିକା ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ, ୩୦ ହଜାର ସ୍ଥାନରେ ଦିଆଯିବ ଟିକା: ମୁଖ୍ୟ ଶାସନ ସଚିବ

କରୋନାରେ ମିଳିଲାନି କାମ, ଭୋକ ଉପବାସରେ ଜାଗାଘର ବାରଣ୍ଡାରେ ଆଖିବୁଜିଲେ ବୃଦ୍ଧ: ଶତ ଚେଷ୍ଟା ସତ୍ତ୍ୱେ ବଞ୍ଚାଇ ପାରିଲେନି ସାମାଜିକ କର୍ମୀ