ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ଭୁବନେଶ୍ୱର ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା ୪/୪: ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ଦାଖଲ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକମାନଙ୍କ ସହ ଶୋଭାଯାତ୍ରାରେ ଆସି ଅପରାଜିତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ରୋଡ ସୋ କରି ଶହଶହ ସମର୍ଥକଙ୍କ ସହ ଏକ ବିରାଟ ବାଇକ୍ ରାଲିରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ଶ୍ରୀମତି ଅପରାଜିତା ।

ଆଜି ତୃତୀୟ ପର୍ଯ୍ୟାୟ ନାମାଙ୍କନ ପାଇଁ ଶେଷ ଦିନ । ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି  ଖୋର୍ଦ୍ଧା ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଅପରାଜିତା । ପ୍ରାର୍ଥିତ୍ୱ ଘୋଷଣା ହେବା ପୂର୍ବରୁ ବିଭିନ୍ନ ୱାର୍ଡ ଓ ଗାଁ ଗାଁ ବୁଲି ନିର୍ବାଚନ ପ୍ରଚାର ଆରମ୍ଭ କରିଦେଇଥିଲେ ଅପରାଜିତା । ତାଙ୍କ ବିପକ୍ଷରେ ବିଜେଡିର ଅରୁପ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.