ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଏସ୍‌ଏଚ୍‌ଏମ୍‌ରେ ମହିଳାଙ୍କ ନିମନ୍ତେ ବେକରୀ ଖାଦ୍ୟ ପ୍ରସ୍ତୃତି ପ୍ରଶିକ୍ଷଣ ଆରମ୍ଭ

ଭୁବନେଶ୍ୱର,୧୩/୫ : ମହିଳାମାନଙ୍କୁ ବେକରୀ ଓ କନ୍‌ଫେକ୍ସନାରୀ ଖାଦ୍ୟ ପ୍ରସ୍ତୁତି ପ୍ରଣାଳୀର ପ୍ରଶିକ୍ଷଣ ଦେବା ନିମନ୍ତେ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ପକ୍ଷରୁ ଏକ ୬-ଦିନିଆ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ ବେକ୍‌୍‌’ ସୋମବାର ଆରମ୍ଭ ହୋଇଛି । ଗତବର୍ଷ ଖାଦ୍ୟ ରନ୍ଧନ ପ୍ରଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “ୱି କ୍ୟାନ୍ କୁକ୍‌” ଆୟୋଜିତ କରାଯାଇଥିବା ବେଳେ ଚଳିତ ବର୍ଷ ‘ୱି କ୍ୟାନ୍ ବେକ୍‌‌’ର ଆୟୋଜନ କରାଯାଇଛି । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଫ୍ରୁଟ୍ କେକ୍‌, ମିଲେଟ୍ କୁକିଜ୍‌, ଚକଲେଟ୍ ପେଷ୍ଟ୍ରି, ଡାନିସ୍ ପେଷ୍ଟ୍ରି, ଆସୋର୍ଟେଡ ପଫ୍‌, ପାଟିସ୍‌, ପାଇନାପଲ୍ ପେଷ୍ଟ୍ରି, ଚକୋ ଚିପ୍‌ସ କୁକିଜ୍‌୍‌, ଆସୋର୍ଟେଡ୍ ପିଜା, ବ୍ରେଡ୍ ଷ୍ଟିକ୍ସ, ରୋଲ୍ ଓ କ୍ରିମ୍ କାରାମେଲ୍ ପ୍ରଭୃତିର ପ୍ରସ୍ତୃତି ପ୍ରଣାଳୀ ଶିକ୍ଷା ଦିଆଯିବ । 

ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପ୍ରାୟ ୩୫ ଜଣ ମହିଳା ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଆଡିସ୍ନାଲ୍ ଡିନ୍ (ଷ୍ଟୁଡେଂଟ୍ ଆଫେୟାରସ୍‌) ପ୍ରଫେସର ରେଣୁ ଶର୍ମା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଖାଦ୍ୟ ରନ୍ଧନ ଖୁବ୍ ଭଲ ଅନୁଭବ ଏବଂ ମା’ର ହାତ ରନ୍ଧାର ତୁଳନା ନାହିଁ ବୋଲି କହିଥିଲେ । ଘରର ମହିଳାଟି ଯେଉଁ ଶ୍ରଦ୍ଧାରେ ଖାଦ୍ୟ ରାନ୍ଧିକି ଦିଏ ତାହାର ସ୍ୱାଦ ଖୁବ୍ ନିଆରା ବୋଲି ସେ କହିଥିଲେ । 

ମହିଳାମାନେ କିଭଳି ରୁଚିକର ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତ କରିପାରିବେ ଓ ନିଜେ ସ୍ୱାବଲମ୍ବୀ ହୋଇପାରିବେ ତାହା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରଫେସର ଶର୍ମା କହିଥିଲେ ।  ଏହି ଅବସରରେ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଂଜନ ଚଇନି ସ୍ୱାଗତ ଭାଷଣ ଦେଇ ଏହି କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ତଥ୍ୟ ରଖିଥିବା ବେଳେ ସିନିୟର ପ୍ରଫେସର ସପନ୍ ସଢ଼ୁଆଳ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ମହିଳା ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ ।  କାର୍ଯ୍ୟକ୍ରମ ଶେଷରେ ଆସିଷ୍ଟାଂଟ ପ୍ରଫେସର ପତିତପାବନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.