PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଉପ-ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ଅନୀଲ ବୈଜଲ
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ଭୟାବହ ଅଗ୍ନିକାଣ୍ଡ ଘଟି ଜଳିଗଲା ୮ ବଖରା ଘର, ଜୀବନ୍ତ ଦଗ୍ଧ ହୋଇଗଲେ ଗୃହପାଳିତ ପଶୁ

ଚଣ୍ଡିଖୋଲ, ୧୬।୧ : ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା ଘର। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧିନ ରଇପୁର ପଞ୍ଚାୟତ ବେଙ୍ଗପୁର ଗ୍ରାମର ବିକଳୀ ସାହୁଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଫଳରେ ବିକଳୀ ସାହୁଙ୍କ ଗୃହପାଳିତ ପଶୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

ସୂଚନାନୁଯାୟୀ, ରଇପୁର ପଞ୍ଚାୟତ ବେଙ୍ଗପୁର ଗ୍ରାମର ବିକଳୀ ସାହୁଙ୍କ ପରିବାର ଲୋକେ ଶୋଇଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଘରେ ଥିବା ଗ୍ୟାସ୍ ସିଲିଣ୍ଡର ଫାଟିଯିବାରୁ ନିଆଁ ଦ୍ରୁତ ଗତିରେ ଘର ସାରା ବ୍ୟାପି ଯାଇଥିଲା। ଫଳରେ ଘରର ସମସ୍ତ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। ତେବେ ବିକଳୀଙ୍କ ପରିବାର ଲୋକେ ନିଆଁ ଦାଉରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଘରେ ଥିବା ଗୃହପାଳିତ ପଶୁ ବାଛୁରୀ, ଛେଳି, ମେଣ୍ଢା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବର ପାଇ ବରୀ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।