ପ୍ରମୁଖ ଖବର
  • ଜୟପୁର: ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାରିଲା ଦିଲ୍ଲୀ କ୍ୟାପିଟାଲ୍ସ, ୧୨ ରନରେ ଜିତିଲା ରାଜସ୍ଥାନ ରୟାଲ୍ସ
  • ||
  • ହୃଦଘାତରେ ଆଖି ବୁଜିଲା ମାଫିଆ ଡନ୍ ମୁଖତାର ଅଂସାରୀ
  • ||
  • ଜୟପୁର: ରାଜସ୍ଥାନ ରୟାଲ୍ସ ଲାଗି ଏକାକୀ ଲଢ଼ିଲେ ରିୟାନ୍ ପରାଗ, ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୮୬ ରନ୍ ଟାର୍ଗେଟ୍
  • ||
  • ନୂଆଦିଲ୍ଲୀ: ଦିଲ୍ଲୀରେ ବିଜେପିର ମହା ମିଶ୍ରଣ ପର୍ବ, ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ
  • ||
  • ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଉପରମୁହାଁ, ୫ସହରରେ ୩୯ ଡିଗ୍ରୀ ଟପିଲା ତାତି, ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ୨୧/୨ : ଶ୍ରୀମନ୍ଦିରରେ ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉ ମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକ ମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗ ବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତାର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ଏହା ପ୍ରସାଧନ ଶ୍ରେଣୀୟ ଅନ୍ୟ ଏକ ଉପଚାର । ଅଧର ପୋଛା ମାସକୁ ଚାରିଥର ସାଧାରଣତଃ ପ୍ରତ୍ୟେକ ରବିବାର ଦିନ ଅନୁଷ୍ଠିତ ହୋଇଥାଏ । ଅଧର ପୋଛା ନିମନ୍ତେ ମନ୍ଦିରର ଚାଙ୍ଗଡ଼ା ଘରୁ ଆସିଥିବା ଧଳା କନା ଓ ବିମଳା ମନ୍ଦିର କୂଅର ପାଣି ବ୍ୟବହାର କରାଯାଇଥାଏ । ରବିବାର ଦିନ ଦିଅଁମାନଙ୍କର ସକାଳର ସ୍ନାନ ପୂର୍ବରୁବନ୍ଦଥିବା ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର କର୍ପୁର ମିଶ୍ରିତ ଜଳ ଓ କନାରେ ଦେବତାମାନଙ୍କ ମୁଖଶ୍ରୀଗୁଡ଼ିକୁ ପୋଛି ଥାଆନ୍ତି । ପନ୍ଦର କୋଡ଼ିଏ ମିନଟ ସମୟରେ ଏହି ନୀତି ସମାପ୍ତ ହୋଇଥାଏ 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.