‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର ୭/୬: ‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା । ରାଜ୍ୟ କ୍ୟାବିନେଟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏନେଇ କ୍ୟାବିନେଟ୍ ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ ‘ବନ୍ଦେ ଉତ୍କଳ ଜନନୀ’ ଓଡିଆ ଜାତିର ସ୍ୱାଭିମାନର ପ୍ରତୀକ । କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ରଚିତ ଏହି ସଙ୍ଗୀତକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗଠିତ କ୍ୟାବିନେଟରେ ମାନ୍ୟତା ମିଳିଛି । କାନ୍ତକବିଙ୍କର ଏହି କାଳଜୟୀ ରଚନା ପ୍ରତିଟି ଓଡିଆଙ୍କ ଭାବନାରେ ରହିଛି । ଓଡିଆଙ୍କ ଭାବାବେଗକୁ ସମ୍ମାନ ଜଣାଇ ରାଜ୍ୟ କ୍ୟାବିନେଟ୍ ଏଭଳି ନିଷ୍ପତ୍ତି ନେଇଛି ।’ ଏଣିକି ଏହି ସଙ୍ଗୀତକୁ ପାଠ୍ୟକ୍ରମଭୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ଏହାକୁ ଅନ୍ତର୍ଭୁକ୍ତ କରିବାକୁ ନିର୍ଦେଶ ଦିଆଯାଇଛି ।

   ସମ୍ବନ୍ଧିତ ଖବର


ମର୍ମନ୍ତୁଦ ସଡକ ଦୁର୍ଘଟଣା: ଜଣେ ମୃତ, ୪ ଗୁରୁତର

ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…

ବାଇକ୍‌ରେ ଯାଉଥିଲେ, ଚଢ଼ିଗଲା ଟ୍ରକ୍: ଅଜା-ନାତିଙ୍କ ଚାଲିଗଲା ଜୀବନ

ମୁହାଁ ମୁହିଁ ଧକ୍କା ହେଲା ଟ୍ରକ୍‌ : ଗୁରୁତର ଡ୍ରାଇଭରଙ୍କୁ ହସ୍ପିଟାଲରେ ଭର୍ତ୍ତି

ଆଜି ଧରାପୃଷ୍ଠରେ ଅବତରଣ କରିବେ ମା’ ଗଜଲକ୍ଷ୍ମୀ: ସବୁଠି କୋଭିଡ୍‌ ନିୟମ ଅନୁସାରେ ହେବ ପୂଜା, ଦର୍ଶନ କରିବେନି ଭକ୍ତ