ପ୍ରମୁଖ ଖବର
  • ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ, ଆପଣଙ୍କ ଟିକେ ଭୁଲ୍ ରାଉରକେଲାକୁ ପଛକୁ ନେଇଯିବ : ୫-ଟି ଅଧ୍ୟକ୍ଷ
  • ||
  • ରାଉରକେଲାରେ ନବୀନଙ୍କ ଉଦବୋଧନ, ମାଗଣାରେ ବିଜୁଳି ଦେବେ ବିଜେଡି ସରକାର
  • ||
  • ଭୋଟରମାନଙ୍କ ପାଇଁ ଆରମ୍ଭ ହେଲା ‘ମୋ ବୁଥ୍‌ ଆପ୍‌’, ବୁଥ୍‌ର ନାମ ଏବଂ ଏହାର ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇବେ ମତଦାତା
  • ||
  • ମହାକାଳପଡ଼ା : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଅମିନ, ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ରାୟଗଡ଼ା : ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ
  • ||
  • ଭୁବନେଶ୍ଵର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ତତଲା ପାଗ, ୧୭ ଯାଏ ବର୍ଷା ସମ୍ଭାବନା
  • ||

ଜଗତସିଂହପୁର-ବାଲିକୁଦା ନିକଟରେ ଓଲଟିଲା ବରଯାତ୍ରୀ ବସ୍, ୧୦ ଜଣ ଆହତ

ଜଗତସିଂହପୁର ୨୯/୦୪ : ଜଗତସିଂହପୁର-ବାଲିକୁଦା ଥାନା ଶୋଭା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତାକଡ଼କୁ ଓଲଟିଲା 'ବାବାମଣି' ନାମ ବରଯାତ୍ରୀ ବସ୍। ଦୁର୍ଘଟଣା ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବିକ, ରବିବାର ବିଳମ୍ବିତ ରାତିରେ ବାବାମଣି ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ସ୍ଥାନୀୟ ବୁଦ୍ଧିସାହି ଗାଁରୁ ବରଯାତ୍ରୀ ନେଇ ଧନୁହର ବେଲାରୀ ଗାଁକୁ ଆସୁଥିଲା । ଏହି ସମୟରେ ଗାଡିଟି ଜଗତସିଂହପୁର-ବାଲିକୁଦା ଥାନା ଶୋଭା ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିପଡିଥିଲା । ଯାହାଫଳରେ ଗାଡିରେ ଥିବା କିଛି ଯାତ୍ରୀ ଆହତ ମଧ୍ୟ ହୋଇଥିଲେ ।  ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ବସ୍‌ ଭିତରେ ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ହସ୍ପିଟାଲକୁ ପଠାଇଥିବା ଜଣାପଡିଛି। ହେଲେ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.