PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ଆଜି ଛାଡ଼ିବ ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୩।୧୨ : ବରିଷ୍ଠ ନାଗରିକଙ୍କ ପାଇଁ ବାଲେଶ୍ୱରରୁ ହରିଦ୍ୱାର ଅଭିମୁଖେ ଏକ ତୀର୍ଥଯାତ୍ରା ସ୍ୱତନ୍ତ୍ର ଟ୍ରେନ୍‌ ଆସନ୍ତାକାଲି (୧୩ ତାରିଖ) ଛାଡ଼ିବ । ଭାରତୀୟ ରେଳପଥ ପକ୍ଷରୁ ଓଡ଼ିଶା ସରକାରଙ୍କ ସହାୟତାରେ ଉତ୍ତର ଓଡ଼ିଶାର ବରିଷ୍ଠ ନାଗରିକଙ୍କ ପାଇଁ ଏହି ସ୍ୱତନ୍ତ୍ର ଟ୍ରେନ୍‌ ତୀର୍ଥ ଭ୍ରମଣ ପାଇଁ ସହାୟକ ହେବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱର-ହରିଦ୍ୱାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ସ୍ୱତନ୍ତ୍ର ଟ୍ରେନ୍‌ ବାଲେଶ୍ୱରରୁ ଆସନ୍ତାକାଲି ଦିନ ୧୧ଟା ୪୫ରେ ଛାଡ଼ି ହରିଦ୍ୱାରରେ ତା’ ପରଦିନ ରାତି ୧୦ଟା ୧୫ରେ ପହଞ୍ଚିବ । ଫେରିବା ବେଳେ ଏହି ଟ୍ରେନ୍‌ ହରିଦ୍ୱାରରୁ ଡିସେମ୍ବର ୧୬ ରାତି ୧୦ଟାରେ ଛାଡ଼ି ବାଲେଶ୍ୱରରେ ଡିସେମ୍ବର ୧୮ ତାରିଖ ସକାଳ ୧୦ଟା ୧୫ରେ ପହଞ୍ଚିବ । ଏହି ତୀର୍ଥ ସ୍ୱତନ୍ତ୍ର ଟ୍ରେନ୍‌ ହିଜିଲି-ଆଦ୍ରା-ଗୋମୋ-ପଣ୍ଡିତ ଦିନଦୟାଲ ଉପାଧ୍ୟାୟ-ବାରଣାସୀ-ଲକ୍ଷେ୍ନø ଓ ମୋରଦାବାଦ ମାର୍ଗରେ ଚଳାଚଳ କରିବାକୁ ଥିବା ବେଳେ ଏଥିରେ ୧୫ଟି ସ୍ଲିପର୍‌ କ୍ଲାସ୍‌, ୨ଟି ଗାର୍ଡ଼ ଭ୍ୟାନ୍‌ ଓ ଗୋଟିଏ ପ୍ୟାଣ୍ଟ୍ରି କାର୍‌ ରହିଛି ।

ରାଜ୍ୟ ସରକାରଙ୍କ ପାଇଁ ଭାରତୀୟ ରେଳପଥ କ୍ୟାଟେରିଂ ଓ ଟ୍ୟୁରିଜିମ୍‌ କର୍ପୋରେସନ୍‌ (ଆଇଆରସିଟିସି) ଚଳାଚଳ କରୁଥିବାବେଳେ ପୂର୍ବତଟ ରେଳପଥ ପକ୍ଷରୁ ଏଥିପାଇଁ ଆଧାରଭୁକ୍ତ ସୁବିଧା ଦିଆଯାଉଛି । ଏହି ସମୟରେ ତୀର୍ଥଯାତ୍ରୀମାନେ ହରିଦ୍ୱାର, ମନସାଦେବୀ ମନ୍ଦିର, ହର-କି-ପୌରୀ ସହିତ ହୃଷିକେଶର ରାମଝୁଲା ଓ ଲକ୍ଷ୍ମଣଝୁଲା ଆଦି ପରିଦର୍ଶନ କରିବେ । ବିଭିନ୍ନ ତୀର୍ଥ ଯାତ୍ରା ପାଇଁ ସାଧାରଣ ଜନତା ଓ ତୀର୍ଥଯାତ୍ରୀମାନେ ଆଇଆର୍‌ସିଟିସି ୱେବସାଇଟ୍‌ ଙ୍ଗଙ୍ଗଙ୍ଗ.ସକ୍ସମଗ୍ଧମଗ୍ଧକ୍ଟଙ୍କକ୍ସସଗ୍ଦଜ୍ଞ.ମକ୍ଟଜ୍ଞରେ ସୂଚନା ପାଇପାରିବେ । ୮୨୮୭୯୩୨୨୩୧ ନମ୍ବରରେ ମଧ୍ୟ ଯୋଗାଯୋଗ କରିପାରିବେ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।