PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲା: ତ୍ୱରିତ ଶୁଣାଣି ପାଇଁ ଅନୁଭବଙ୍କ ପିଟିସନ୍, ଆସନ୍ତା ସପ୍ତାହରେ ହେବ ଶୁଣାଣି

କଟକ,୨୯/୦୭: କଟକ ପରିବାର ଅଦାଲତରେ ରୁଜୁ ମାମଲାର ତ୍ୱରିତ ଶୁଣାଣି ପାଇଁ ସାଂସଦ ଅନୁଭବ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବୁଧବାର ଏହି ମାମଲାର ଶୁଣାଣି ଡକ୍ଟର ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡଙ୍ଗୀଙ୍କ ଅଦାଲତରେ ହୋଇଥିଲା । ଅନୁଭବ ମହାନ୍ତିଙ୍କ ପିଟିସନ୍‌ର ଏକ କପି ପ୍ରତିପକ୍ଷ ତଥା ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆଇନଜୀବୀଙ୍କୁ ପ୍ରଦାନ କରାଯିବା ପରେ ଏହି ମାମଲାର ଶୁଣାଣି ଆସନ୍ତା ସପ୍ତାହକୁ ଧାର୍ଯ୍ୟ ହୋଇଛି ।

ପରିବାର ଅଦାଲତରେ ଗତ କିଛି ମାସ ହେବ ଅନୁଭବ ଏବଂ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଛାଡ଼ପତ୍ର ମାମଲାର ଶୁଣାଣି ଚାଲିଛି । ଏହି ଛାଡ଼ପତ୍ର ମାମଲାର ଶୁଣାଣି ପୂର୍ବରୁ ଉଭୟଙ୍କ ମଧ୍ୟରେ ଆପୋସ ସମାଧାନ ପାଇଁ ଏବେ ଆଲୋଚନା ଚାଲିଛି । ପ୍ରାୟ ତିନି ଥର ଉଭୟଙ୍କ ଉପସ୍ଥିତିରେ ଏହି ଆପୋସ ଆଲୋଚନା ହୋଇଥିଲେ ମଧ୍ୟ ପ୍ରତିଥର ଏହା ବିଫଳ ହୋଇଛି ।

ଅପରପକ୍ଷରେ ବର୍ଷା କେତେକ ଶୁଣାଣିରେ ଅନୁପସ୍ଥିତ ରହୁଥିବାରୁ ଏହି ମାମଲାର ଶୁଣାଣିରେ ବିଳମ୍ବ ଘଟୁଛି ବୋଲି ଅନୁଭବ ଅଭିଯୋଗ କରି ହାଇକୋର୍ଟରେ ଏହି ମାମଲା ରୁଜୁ କରିଥିଲେ । ନିମ୍ନ ଅଦାଲତରେ ଏହି ମାମଲାର ତ୍ୱରିତ ଶୁଣାଣି ତଥା ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଶୁଣାଣି ଶେଷ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରାଯାଇଛି । ଅନୁଭବ ମହାନ୍ତିଙ୍କ ପକ୍ଷରୁ ଆଇନଜୀବୀ ଆଲୋକ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।