ଭାଲୁ ଆକ୍ରମଣରେ ୨ ଗୁରୁତର

ରାଇରଙ୍ଗପୁର ୬/୮: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡରେ ଭାଲୁ ଆତଙ୍କ । ଗୋଟିଏ ଦିନରେ ପୃଥକ ପୃଥକ ରେଞ୍ଜରେ ଦୁଇ ଜଣଙ୍କୁ ଭାଲୁ ଆକ୍ରମଣ କରିଥିବା ଜଣାପଡ଼ିଛି । ମଣଦା ରେଞ୍ଜ ନଙ୍ଗଳବେଣ୍ଟା ପୋଖରିଆ ଅଂଚଳର ଭୀମ ଟୁଡୁ ଛେଳି ଚରାଇବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ସେହିପରି ବାଦାମପାହାଡ଼ ରେଞ୍ଜ ଧାଙ୍ଗଡିମୁତା ଅଂଚଳର ଯାଦବ ଭଦ୍ରା ଛତୁ ଗୋଟାଉ ଥିବାବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି । ଉଭୟଙ୍କୁ ଉଦ୍ଧାର କରି ଚିକିସ୍ଥା ପାଇଁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାଇରଙ୍ଗପୁର ବନଖଣ୍ଡ ଅଂଚଳରେ ଦିନକୁ ଦିନ ଭାଲୁ ଆକ୍ରମଣ ବଢି ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ କୋଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବା ଅଭିଯୋଗ ହୋଇଛି।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଅଳ୍ପକେ ବର୍ତ୍ତିଲେ କୋରାପୁଟ ଅତିରିକ୍ତ ଏସ୍‌ପିଙ୍କ ପରିବାର, ୪ ଆହତ

ବିଧାନସଭା ଆଗରେ ମା-ଭାଇଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଅମୃତ ମୁତ୍ୟୁ ରହସ୍ୟର ପୂର୍ଣ୍ଣଚ୍ଛେଦ ଟାଣିଲେ ଏସ୍‌ପି, ଦୁର୍ଘଟଣା ଯୋଗୁଁ ମସ୍ତିଷ୍କରେ ଆଘାତ ଲାଗି ଯାଇଥିଲା ପ୍ରାଣ

ଆଜି ବଡ଼ଓଷା: ଧବଳେଶ୍ୱର ପୀଠରେ ଲାଗି ହେବ ଧଳା ଗଜ ମଣ୍ଡା, ଅଟକାଳି ଭୋଗ

ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ନିଛାଟିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତକୁ ବାନ୍ଧିଲା ପୁଲିସ୍

ଚାଉଳ ଡବାରୁ ମିଳିଲା ଚାରି ଲକ୍ଷ, ଟଙ୍କା ଚୋରି ଅଭିଯୋଗରେ ଜଣେ ଗିରଫ