ମହୁମାଛି ଆକ୍ରମଣରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ବୌଦ୍ଧ,୧୬/୦୮: କଣ୍ଟାମାଳ ବ୍ଲକ୍‌ ମନମୁଣ୍ଡା ଥାନା ଅନ୍ତର୍ଗତ ନଦିଆନଗର ଗ୍ରାମରେ ମହୁମାଛି ଆକ୍ରମଣରେ ସ୍ୱାମୀ ମୃତ୍ୟୁବରଣ କରିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ବଲରେ କାମ କରୁଥିବା ବେଳେ ମହୁମାଛି ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ ଶୁଣ୍ଢିପଦର ଗ୍ରାମ ପଞ୍ଚାୟତ ନଦିଆନଗର ଗ୍ରାମର ଭୁଜଶେଖର କର୍ମୀ ତାଙ୍କ ସ୍ତ୍ରୀଙ୍କ ସହ ନିଜ ବିଲକୁ ଯାଇଥିବା ବେଳେ ଉଭୟେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ପରିବାର ଓ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଭର୍ତ୍ତି କରାଇଥିଲେ । ଆଜି ସକାଳେ ଭୁଜଶେଖର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଓ ତାଙ୍କ ସ୍ତ୍ରୀ ସୁସ୍ଥ ଥିବା ଜଣାପଡିଛି ।