PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଅର୍ଥ ବ୍ୟବସ୍ଥାକୁ ସୁଧାରିବା ପାଇଁ ପାକିସ୍ତାନର ‘Belly Dancing’

ନୁଆଦିଲ୍ଲୀ ୮/୯: ପାକିସ୍ତାନର ଅର୍ଥବ୍ୟବସ୍ଥାର ଅବସ୍ଥା କାହାକୁ ଅଛପା ନାହିଁ । ପାକିସ୍ତାନରେ ଦରବୃଦ୍ଧି ଚରମ ସୀମାରେ ପହଞ୍ଚିଛି । ନିବେଶ ଠପ୍ ହୋଇଯାଇଛି । ସରକାରୀ ପାଣ୍ଠି ଖାଲି ହୋଇଯାଇଛି । ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ ପଇସା ପାଇଁ କେବେ ଚୀନ, କେବେ ଇରାନ୍, ଆମେରିକା, ୱର୍ଲ୍ଡ ବ୍ୟାଙ୍କ ଓ IMF ପାଖରେ ପହଞ୍ଚି ଯାଉଛନ୍ତି । ତେବେ ଭାଙ୍ଗି ପଡୁଥିବା ଅର୍ଥନୀତିକୁ ସୁଧାରିବା ପାଇଁ ଇନଭେଷ୍ଟମେଣ୍ଟ ସମିଟର ଆୟୋଜନ କରାଯାଇଛି । ଏହି ସମିଟିର ଆୟୋଜନ ପାକିସ୍ତାନର ଚାମ୍ବର ଅଫ କମର୍ସ ତରଫରୁ କରାଯାଇଛି ।

ପେଶାବର ସ୍ଥିତ SCCI (Sarhad Chamber of Commerce and Industry) ତରଫରୁ ୪ ସେପ୍ଟେମ୍ବରରୁ ୮ ସେପ୍ଟେମ୍ବର ମଧ୍ଯରେ ଅଜରବୈଜନର ରାଜଧାନୀ ବାକୁରେ କାର୍ଯ୍ଯକ୍ରମର ଆୟୋଜନ କରାଯାଇଥିଲା । ଇନଭେଷ୍ଟର୍ସଙ୍କୁ ଲୋଭାଇବା ପାଇଁ ଏହି କାର୍ଯ୍ଯକ୍ରମରେ ବେଲି ଡ୍ୟାନ୍ସର ମଧ୍ଯ ଆୟୋଜନ କରାଯାଇଥିଲା । ଏହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି ।

ଇମ୍ରାନ୍ ଖାନ ଏବେ ପାକିସ୍ତାନର ସହଯୋଗୀ ଦେଶକୁ ଲଗାତର ସାହାଯ୍ଯ ପାଇଁ ଆବେଦନ କରୁଛନ୍ତି । ସୂଚନା ଅନୁସାରେ UAE  ପାକିସ୍ତାନକୁ ୩ ମିଲିୟନ ଡଲାରର ସାହାଯ୍ୟ କରିଛି । IMF ର ଟିମ୍ ଚଳିତ ମାସର ତୃତୀୟ ସପ୍ତାହରେ ପାକିସ୍ତାନ ଗସ୍ତ କରିପାରେ । କହିରଖୁଛୁ IMF  ଆଗାମୀ ୩ ବର୍ଷରେ ପାକିସ୍ତାନକୁ ୬ ବିଲିୟନ ଡଲାରର ସାହାଯ୍ୟ ଦେବ । ଏହା ପୂର୍ବରୁ IMF  ୨୦୧୩ରେ ମଧ୍ଯ ପାକିସ୍ତାନକୁ ସାହାଯ୍ୟ କରିସାରିଛି ।

ସମ୍ବନ୍ଧିତ ଖବର