PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଗାଁ ଦାଣ୍ଡରେ ବିଭତ୍ସ ହତ୍ୟାକାଣ୍ଡ, ଘରୁ ଡାକି ଆଣି ବାପ-ପୁଅକୁ ହାଣିଲା ମାନସିକ ବିକୃତ ବ୍ୟକ୍ତି

ଗଞ୍ଜାମ, ୦୧/୦୬ : ପୋଲସରା ଥାନା ଭାବରଡ଼ା ଗାଁ ଦାଣ୍ଡରେ ବିଭତ୍ସ ହତ୍ୟାକାଣ୍ଡ l ବାପା ପୁଅକୁ ଘରୁ ଡାକି ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ମାନସିକ ବିକୃତ ବ୍ୟକ୍ତି l ଘଟଣାସ୍ଥଳରେ ଅଢେଇ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ବାପାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପୋଲସରା ଥାନା ଭାବରଡ଼ା ଗାଁର ଜଣେ ମାନସିକ ବିକୃତ ବ୍ୟକ୍ତି ଉକ୍ତ ଗାଁର ବାଲୁ ସାହୁ ଓ ତାଙ୍କ ପୁଅ ଜଗନ୍ନାଥ ସାହୁଙ୍କୁ ଘରୁ ଡାକି ଆଣିଥିଲେ। ଏହାପରେ ସେମାନଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆଘାତ କରିଥିଲେ। ଫଳରେ ଘଟଣାସ୍ଥଳରେ ଅଢେଇ ବର୍ଷର ଶିଶୁ ଜଗନ୍ନାଥ ସାହୁର ମୃତ୍ୟୁ ହୋଇଥିବା ବେଳେ ବାପା ବୁଲୁ ସାହୁଙ୍କୁ ପୋଲସରା ମେଡ଼ିକାଲରେ ଭର୍ତ୍ତି କରାଯାଇଛି l ଅଭିଯୁକ୍ତକୁ ଅଟକ ରଖି ପୋଲିସ ତଦନ୍ତ କରୁଛି l ମାନସିକ ବିକୃତ ବ୍ୟକ୍ତି ଜଣଙ୍କ ଏଭଳି କାହିଁକି କଲେ ସେନେଇ କୌଣସି ସୂଚନା ମିଳିପାରି ନାହିଁ। ତେବେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।