ରାଜନଗର,୨୦/୦୪: ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭାବେ ପରିଚିତ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ' ୧ରୁ ଜୁଲାଇ ମାସ ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏବେ କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ନଦୀ, ନାଳମାନଙ୍କରେ କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କର ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଏହି ୩ ମାସ ଭିତରକନିକା ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି ।
ସୂଚନାଯୋଗ୍ୟ ଯେ, ମା’ କୁମ୍ଭୀର ଅଣ୍ଡା ଦେଇ ସାରିବା ପରେ ଏହାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ଅଧିକ ହିଂସ୍ର ହୋଇ ଉଠିଥାଏ । ଆସନ୍ତା ମେ’ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ନଆସିବା ପାଇଁ କୁହାଯାଇଛି ।