PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

୫ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ, କେବଳ ଦିନରେ ବୁଲି ପାରିବେ ପର୍ଯ୍ୟଟକ

ରାଜନଗର ୦୧/୦୮: ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ୫ ତାରିଖରୁ ଖୋଳିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କରୋନା ମହାମାରୀ ବ୍ୟାପିବା ପରେ ଦୀର୍ଘ ଦିନ ହେଲା ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥିଲା। ଅଗଷ୍ଟ ମାସ ପାଇଁ ନୂଆ ଗାଇଡଲାଇନ୍‌ ଆସିବା ପରେ ଭିତରକନିକା ଅଭୟାରଣ୍ୟ ଖୋଲିବାକୁ ନିଷ୍ପତ୍ତି ନେଇଛି ବନ ବିଭାଗ । କଟକଣା ସହିତ ଖୋଲିବ ଭିତରକନିକା ଅଭୟାରଣ୍ୟ । ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅଗଷ୍ଟ ୫ରେ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ସହ କଡ଼ାକଡ଼ି ଭାବେ କୋଭିଡ୍ ଗାଇଡଲାଇନ୍‌ ମଧ୍ୟ ପାଳନ ହେବ ।ପର୍ଯ୍ୟଟକଙ୍କୁ ଅଭୟାରଣ୍ୟ ମଧ୍ୟରେ ରାତ୍ରୀଯାପନ ପାଇଁ କରିପାରିବେନି । ଡାଙ୍ଗମାଳ, ଖେଳା ଏବଂ ଗୁପ୍ତି ଦେଇ ଭିତରକନିକା ପ୍ରବେଶ କରିବେ ପର୍ଯ୍ୟଟକ । କେବଳ ଦିନରେ ହିଁ ଅଭୟାରଣ୍ୟ ବୁଲିପାରିବେ । ସେଠାରେ କୌଣସି ହୋଟେଲ କିମ୍ବା ଲଜ୍‌ରେ ରାତ୍ରୀଯାପନ କରିପାରିବେ ନାହିଁ ପର୍ଯ୍ୟଟକ । କୋଭିଡ ନିୟମ ଉଲ୍ଲଂଘନ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।