PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

କନ୍ଧମାଳର ବିଭୁତି ନାୟକ ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ

ଫୁଲବାଣୀ ୪/୮: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଳକ ତାଞ୍ଜୁଙ୍ଗିଆ ପଞ୍ଚାୟତ କଳିଙ୍ଗ ଗ୍ରାମର ବିଭୁତି ଭୁଷଣ ନାୟକ ଚଳିତ ବର୍ଷର ୟୁନିୟନ ପବ୍ଳିକ ସର୍ଭିସ୍ କମିଶନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ତାଙ୍କ ରାଙ୍କ ୮୧୯ ରହିଛି । ଗତ ୨୦୧୯ ରେ ମଧ୍ୟ ସେ ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବର୍ତ୍ତମାନ ଇଣ୍ଡିଆନ୍ ଡିଫେନ୍ସ ସର୍ଭିସରେ ତାଲିମ ନେଉଛନ୍ତି । ତାଙ୍କ ବାପା ଆଲିଆସ୍ ନାୟକ ଜଣେ ଅବସରପ୍ରାପ୍ତ ଶିକ୍ଷକ ଓ ମା ପ୍ରେମଲତା ନାୟକ ଅଙ୍ଗନବାଡି କର୍ମୀ ଅଛନ୍ତି । ଭୁବନେଶ୍ଵର ରାଜଧାନୀ କଲେଜରୁ ସ୍ନାତକ ପାସ କରିବା ପରେ ମୁମ୍ବାଇ ସ୍ଥିତ ଟାଟା ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ୍ ସାଇନ୍ସରୁ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ସେ  ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ଗବେଷକ ଭାବେ କାର୍ଯ୍ୟ କାର୍ଯ୍ୟ କରୁଥିବା ବେଳେ ଓଡିଶା ପ୍ରଶାସନିକ ସେବାରେ ଉତ୍ତୀର୍ଣ୍ଣ ହୋଇ ରାୟଗଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ ମଧ୍ୟ କରିଥିଲେ। ନାୟକଙ୍କ ସଫଳତା ପାଇଁ କନ୍ଧମାଳରେ ଖୁସିର ଲହରୀ ଖେଳିଯାଇଛି ।