ଆରପାରିରେ ପ୍ରସିଦ୍ଧ ନାଟ୍ୟକାର ବିଜୟ ମିଶ୍ର

କଟକ ୨୬/୪: ପ୍ରସିଦ୍ଧ ନାଟ୍ୟକାର ବିଜୟ ମିଶ୍ରଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ନର୍ସିଂହୋମରେ ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ଅନେକ ଲୋକପ୍ରିୟ ନାଟକ ରଚନା କରିବା ସହ ସିନେମା ଓ ଧାରାବାହିକରେ ସଂଳାପ ଲେଖିଛନ୍ତି । ବିଜୟଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୧୯୩୬ ମସିହା ଜୁଲାଇ ମାସ ୧୬ରେ ସେ ବାଲେଶ୍ୱର ଜିଲ୍ଲା ନୀଳଗିରିର ସନ୍ତରାଗଡ଼ିଆରେ ଜନ୍ମ ଗ୍ରହଣ କରିଥିଲେ। ସେ ନାଟକ ପ୍ରତି ବେଶି ରୁଚି ରଖୁଥିଲେ। ନୀଳଗିରି ହାଇସ୍କୁଲରୁ ମାଟ୍ରିକ ପାସ କରି, ବାଲେଶ୍ୱରର ଫକୀର ମୋହନ କଲେଜରେ ଆଇ.ଏସ୍. ସି ପଢ଼ିଥିଲେ । ପରେ ୧୯୫୭ ମସିହାରେ କଟକର ଭୁବନାନନ୍ଦ ଓଡ଼ିଶା ସ୍କୁଲ ଅଫ ଇଞ୍ଜିନିୟରିଂରୁ ସିଭିଲ୍ ଇଞ୍ଜିନିୟରିଂରେ ଡିପ୍ଲୋମା ହାସଲ କରିଥିଲେ। ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ। ତାଙ୍କ ଦେହାନ୍ତରେ ଓଡ଼ିଆ ନାଟ୍ୟଜଗତ, ସାହିତ୍ୟ ଜଗତ, ସିନେ ଜଗତରେ ଏକ ଶୋକରଛାୟା ଖେଳି ଯାଇଛି।

   ସମ୍ବନ୍ଧିତ ଖବର


କରୋନା କାଳରେ ଜଗତସିଂହପୁରକୁ ୭୦୮.୩୨ କୋଟି ଟଙ୍କାର ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ପୁଅର ଅସ୍ଥି ଟିକକ ମିଳିଲେ ଗଙ୍ଗାରେ ବିସର୍ଜନ କରନ୍ତି…

ବାଇକ୍‌ରେ ଯାଉଥିଲେ, ଚଢ଼ିଗଲା ଟ୍ରକ୍: ଅଜା-ନାତିଙ୍କ ଚାଲିଗଲା ଜୀବନ

ମୁହାଁ ମୁହିଁ ଧକ୍କା ହେଲା ଟ୍ରକ୍‌ : ଗୁରୁତର ଡ୍ରାଇଭରଙ୍କୁ ହସ୍ପିଟାଲରେ ଭର୍ତ୍ତି

ଆଜି ଧରାପୃଷ୍ଠରେ ଅବତରଣ କରିବେ ମା’ ଗଜଲକ୍ଷ୍ମୀ: ସବୁଠି କୋଭିଡ୍‌ ନିୟମ ଅନୁସାରେ ହେବ ପୂଜା, ଦର୍ଶନ କରିବେନି ଭକ୍ତ