ଭେଣ୍ଟିଲେଟରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି- ହୃଦ୍‌ଘାତ ଯୋଗୁଁ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର – ଓଡିଆ ଚଳଚିତ୍ର ଜଗତର ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କର ହୃଦଘାତ ଯୋଗୁଁ ଗୁରୁତର ହୋଇ ପଡିଥିବା ସୂଚନା ମିଳିଛି । ହାଇଦ୍ରାବାଦରେ ଏକ ଡାକ୍ତରଖାନାରେ ତାଙ୍କୁ ଚିକିତ୍ସା ପାଇଁ ରଖାଯାଇଛି । ସେ ଭେଣ୍ଟିଲେଟରରେ ଥିବା କଥା ସୂଚନା ମିଳିଛି ।

ବିଜୟ ମହାନ୍ତି ୧୯୫୦ ମସିହା ଅପ୍ରେଲ ୮ ତାରିଖରେ କେନ୍ଦ୍ରାପଡା ଜିଲ୍ଲାର ପାଣ୍ଡିରି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ବିଜୟ ମହାନ୍ତି ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିଲେ । ୧୯୭୭ ମସିହାରେ ‘ଚିଲିକା ଚୀରେ’ କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ । ବର୍ତ୍ତମାନ ସୁଦ୍ଧା ୧୮୦ରୁ ଅଧିକ ଓଡିଆ ଚଳଚ୍ଚିତ୍ରରେ ଅଭିନୟ କରିବା ସହ ଗୋଟିଏ ଓଡିଆ କଥାଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ।

‘ଚିଲିକା ତୀରେ’ ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ହୋଇଥିଲେ ମଧ୍ୟ, ‘ନାଗଫାସ’ ପ୍ରଥମେ ମୁକ୍ତିଲାଭ କରିଥିଲା । ତାଙ୍କ ଅଭିନୟ ପାଇଁ ସେ ଓଡିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଛନ୍ତି। ସେ ଓଡିଆ ଚଳଚିତ୍ର ଜଗତରେ ନାୟକ, ଖଳନାୟକ, ହାସ୍ୟ ଅଭିନେତା ଓ ଚରିତ୍ର ଅଭିନେତା ଭାବେ ଅଭିନୟ କରି ଆସିଛନ୍ତି । ସେ ଶତାଧିକ ଓଡିଆ ଚଳଚିତ୍ରରେ ଅନିଭୟ କରିଛନ୍ତି ।

   ସମ୍ବନ୍ଧିତ ଖବର


ମିଛ ବା ସେଲ୍ କଂମ୍ପାନୀ ଜରିଆରେ କୋଟି କୋଟି ଟଙ୍କାର ବେଆଇନ୍‌ କାରବାର, ବାହାମାସ୍ ପେପର ସ୍କାମ୍‌ରେ ଜୟ ପଣ୍ଡା ଓ ପତ୍ନୀ ଜଗୀ ମଙ୍ଗତ ପଣ୍ଡାଙ୍କ କମ୍ପାନୀର ସମ୍ପୃକ୍ତି ଅଭିଯୋଗ

ମହିଳାଙ୍କୁ ଦେଖି ପ୍ୟାଣ୍ଟ ଖୋଲି – ଖରାପ କାମ କରିଥିବା ପୁଲିସ ଅଧିକାରୀ ଦିଲ୍ଲୀରୁ ଗିରଫ

ଦୋହା ବିମାନ ବନ୍ଦରରେ ହଙ୍ଗାମା: ମହିଳାଙ୍କ କପଡା ଖୋଲି ଯାଞ୍ଚ କଲେ ଅଧିକାରୀ, ଜାଣନ୍ତୁ କ’ଣ ଥିଲା ପୁରା ଘଟଣା

ବନ୍ଧା ହେବେ ବୁଲା ଷଣ୍ଢ, ଗାଈଙ୍କୁ ମାଫ୍‌ – ସଫଳ ହୋଇପାରୁନି ବୁଲା ଗୋରୁମୁକ୍ତ ସହର ଅଭିଯାନ

ଦୃଢ ଇଚ୍ଛା ଶକ୍ତି- ୫୬ ବର୍ଷରେ ମାଟ୍ରିକ ପାସ୍‌ କଲେ ଆଶାକର୍ମୀ

ସିଂହଦ୍ୱାରରେ ହେବନି ବଡ଼ବଡୁଆ ଡାକ