PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ପୂର୍ବତନ ମନ୍ତ୍ରୀ ବିଜୟୀଶ୍ରୀ ରାଉତ ରାୟଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ବିଜୟୀଶ୍ରୀ ରାଉତ ରାୟଙ୍କ ପରଲୋକ ପ୍ରାୟ ଏକ ମାସ ତଳେ ତାଙ୍କୁ କରୋନ ହୋଇଥିଲା । ଏଥିପାଇଁ ସେ ଚିକିତ୍ସାଧୀନ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସହୋଇଥିଲା ।

ସେ ଭଦ୍ରକ ବାସୁଦେବପୁର ବିଧାନସଭା ଆସନରୁ ୧୯୯୦ ମସିହାରୁ ବିଧାନସଭାକୁ ଅନେକ ଥର ନିର୍ବାଚିତ ହୋଇ ଆସିଛନ୍ତି । ୧୯୯୦ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୬ ଥର ପାଇଁ ସେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ମସିହାରେ ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏହି ଆସନରୁ ନିର୍ବାଚନ ଲଢି ଜିତିଥିଲେ । ବିଜଶ୍ରୀ ରାଉତରାୟ ବିଜେଡିର ଉପସଭାପତି ଭାବ ୨୦୨୦ ମସିହାରେ କାର୍ଯ୍ୟଭାର ଗ୍ରହଣ କରିଥିଲେ ।

ନବୀନ ପଟ୍ଟନାୟକଙ୍କ ସରକାରରେ ସେ ଅନେକ ଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଛନ୍ତି । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟ ଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ ରାଉତରାୟ । ୨୦୦୦, ୨୦୦୪, ୨୦୦୯ ଏବଂ ୨୦୧୪ରେ ବିଜେଡି ଟିକେଟ୍‌ରେ ବାସୁଦେବପୁର ନିର୍ବାଚନ ମଣ୍ଡଳରୁ କ୍ରମାଗତ ବିଜୟୀ ହୋଇଥିଲେ।

୧୯୫୩ ମସିହା ଜୁଲାଇ ୨୮ରେ ଜନ୍ମ ଗ୍ରହଣ କରିଥିବା ବିଜେଡିର ଏହି ପୁରୁଖା ନେତା ସରକାରରେ ଅନେକ ବିଭାଗରେ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀ ପଦ ସମ୍ଭାଳିଥିଲେ।