ପ୍ରମୁଖ ଖବର
  • ଟାଟା ମୋଟର୍ସ ଚାକିରି ଦେବା ନାଁ ଠକଇେ ମାମଲା: ଅଦାଲତରେ ହାଜର ହେବେ ପ୍ରଦିପ ପାଣିଗ୍ରାହୀ
  • ||
  • ନିର୍ବାଚନ ଲଢ଼ିପାରିବେନି କଟକ- ବାରବାଟୀ ବିଧାୟକ ମହମ୍ମଦ ମୋକିମ୍,,ଦୋସୀ ସାବ୍ୟସ୍ତ ଉପରେ ଲାଗିନି ରୋକ୍
  • ||
  • ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ORHDC ଦୁର୍ନୀତି ମାମଲା : ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ, ଭିଜିଲାନ୍ସକୁ ନୋଟିସ୍
  • ||
  • ମାଲେସିଆରେ ନୌସେନାର ୨ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୦ ମୃତ
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ
  • ||
  • ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
  • ||
  • ବନ୍ୟାରେ ଭାସିଲା ଚୀନ୍‌: ବିପଦ ସଙ୍କେତ ଉପରେ ୪୪ ନଦୀ, ୪ ମୃତ, ହଜାରେରୁ ଅଧିକ ସ୍କୁଲ ବନ୍ଦ
  • ||
  • ଆଇପିଏଲରେ ସୁପର କିଙ୍ଗ୍‌ସ- ସୁପର ଜାଏଣ୍ଟ୍‌ସ ମଧ୍ୟ ଲଢ଼େଇ, ପୂର୍ବ ପରାଜୟର ପ୍ରତିଶୋଧ ଲକ୍ଷ୍ୟରେ CSK
  • ||
  • ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମହମ୍ମଦ ମୋକିମ୍‌ଙ୍କ ଭାଗ୍ୟ ପରୀକ୍ଷା
  • ||
  • ହେ ପ୍ରଭୁ! ରକ୍ଷା କର..ଆହୁରି ଭୟାନକ ହେବ ଗ୍ରୀଷ୍ମ ପ୍ରବାହ, ୨୬ରେ ତାତିର ବିସ୍ଫୋରଣ ଆଶଙ୍କା
  • ||

ବିଜେପୁର ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା: ଅକ୍ଟୋବର୨୧ରେ ମତଦାନ

ନୂଆଦିଲୀ ୨୧/୯: ବିଜେପୁର ଉପ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନର ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୧ ରେ ବିଜେପୁରରେ ଉପନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ଘୋଷଣା କରିଛନ୍ତି।

ଆଜିଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହେଉଥିବା ବେଳେ ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୨୧ ରେ ମତଦାନ ସଂଗ୍ରହ କରାଯିବା ପରେ ଅକ୍ଟୋବର ୨୪ତାରିଖରେ ଭୋଟ୍ ଗଣତି କରାଯାଇ ସନ୍ଧ୍ୟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ । ସେପ୍ଟେମ୍ବର ୩୦ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ଅକ୍ଟୋବର ୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ।

ସୂଚନାଯୋଗ୍ୟ ଯେ, ଗତ ୨୦୧୯ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳି ଓ ବିଜେପୁର ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ତେବେ ସେ ହିଞ୍ଜିଳି ଆସନ ରଖି ବିଜେପୁର ବିଧାନସଭା ଆସନରୁ ଇସ୍ତଫା ଦେଇଥିଲେ । ଫଳରେ ବିଜେପୁର ବିଧାନସଭା ଆସନ ଖାଲି ପଡିଥିବାରୁ ସେଠାରେ ଉପ ନିର୍ବାଚନ ଆବଶ୍ୟକ ହୋଇପଡିଥିଲା ।

ବିଜେଡି ଏଥିର ପୂର୍ବତନ ବିଧାୟକ ରୀତା ସାହୁଙ୍କୁ ପୁଣି ବିଜେପୁରୁ ପ୍ରାର୍ଥ ଘୋଷଣା କରିବା ନେଇ ରାଜନୖେତିକ ଆଲୋଚନା ଜୋର ଧରିଛିି। ସେପଟେ କଂଗ୍ରେସ ଓ ବିଜେପି ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.