PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା, ୨ ମୃତ

ନବରଙ୍ଗପୁର,୧୫।୧୨ : ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତରେ ଥିବା ଆମ୍ୱପାଣି ଘାଟି ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦୁହେଁ ହେଲେ ହୀରା ଦିଶାରୀ (୪୮) ଓ ମଧୁ ମାଝୀ (୪୦)। ସେମାନଙ୍କ ଘର କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ୍‌ ଅନ୍ତର୍ଗତ ପରଜାନାଗଫେଣୀ ଗାଁରେ। ନବରଙ୍ଗପୁରରୁ ଦୁହେଁ ଆଜି ସକାଳେ ଘରକୁ ଫେରୁଥିଲେ।

ଆମ୍ୱପାଣି ଘାଟି ନିକଟରେ ବାଇକ୍‌ ଭାରସାମ୍ୟ ହରାଇବାରୁ ଦୁହେଁ ତଳେ ପଡ଼ି ଯାଇଥିଲେ। ଘଟଣାସ୍ଥଳରେ ହୀରାଙ୍କ ମୃତ୍ୟୁ ଘଟିଥିଲା। ମଧୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।