ନୟାଗଡ: ବାଇକ୍ ଉପରେ ଚଢିଗଲା ଟ୍ରକ୍; ଝିଅ ମୃତ, ବାପା ଓ ପୁଅ ମେଡିକାଲରେ ଭର୍ତ୍ତି

ନୟାଗଡ ୬/୪:  ବାଇକ୍ ଉପରେ ଟ୍ରକ୍ ଚଢିଯିବାକୁ ଜଣେ ମୃତ । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପରିବାରର ଝିଅ ମୃତ । ବାପା ଓ ପୁଅ ମେଡିକାଲରେ ଭର୍ତ୍ତି । ଇଟାମାଟି ଥାନା ଘଡୁଆଳ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା ।

ବାଇକରେ ପରିବାରର ବାପା ଓ ପୁଅ, ଝିଅ ଯାଉଥିବା ସମୟରେ ଅଚାନକ ଟ୍ରକଟି ବାଇକ୍ ଉପରେ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଝିଅଟିର ମୃତ୍ଯୁ ହୋଇଯାଇଥିଲା । ବାପା ଓ ପୁଅ ଗୁରୁତର ହୋଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେବେ ଡ୍ରାଇଭରଟି ଫେରାର ହୋଇଯାଇଛି । ପୋଲିସ ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି ।

   ସମ୍ବନ୍ଧିତ ଖବର


ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ କୋଟିପତି ଆକାଉଣ୍ଟାଣ୍ଟ

୭ ବର୍ଷର ଝିଅକୁ ଧରି ପ୍ରେମିକ ସହ ଚମ୍ପଟ ମାରିଲେ ମହିଳା, ବିଚରା ସ୍ୱାମୀ ଥାନାରେ କରୁଛି ଗୁହାରୀ

କରୋନା ସହ ୧୨ଦିନର ଲଢେଇ ପରେ ଆଖିବୁଜିଲେ କଳାକାର: ବିଶିଷ୍ଟ ଚିତ୍ରଶିଳ୍ପୀ ଶ୍ୟାମ ପ୍ରସାଦ ପଟ୍ଟନାୟକଙ୍କ ଦେହାନ୍ତ

ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆସିଲା ରାୟ: ପ୍ରେମିକ ସମେତ ୨ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଦଣ୍ଡ ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା

ସାମାନ୍ୟ କଥାରୁ ବୀଭତ୍ସ ହତ୍ୟାକାଣ୍ଡ: ପତ୍ନୀର ମୁଣ୍ଡ ଗଣ୍ଡି ଅଲଗା କରିଦେଲା ସ୍ୱାମୀ, ଅଭିଯୁକ୍ତକୁ ବାନ୍ଧିଲା ପୁଲିସ

ଆଦିବାସୀ ନାବାଳିକା ଦୁଷ୍କର୍ମ ମାମଲା: ୩ ସପ୍ତାହ ପରେ ଜେଲ୍‌ ଗଲେ ଓଏଏସ୍‌ଙ୍କ ଶ୍ୱଶୁର