ବାଇକ୍ ଆ​ରୋହୀ ଉପରେ ଚଢ଼ିଗଲା ୧୮ ଚକିଆ ଟ୍ରକ, ଯୁବକ ମୃତ

ଖୋର୍ଦ୍ଧା ୨୬।୧୦: ଖୋର୍ଦ୍ଧା ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ଗୋଳବାଇ ଛକ ନିକଟରେ ମର୍ମଦୁନ୍ତ ଦୁର୍ଘଟଣା ଘଟିଛି।। ୧୮ଚକିଆ ଟ୍ରକ ଚକା ତଳେ ଚାପି ହୋଇ ବାଇକ୍ ଆରୋହୀ ମୃତ ଘଟିଛ। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନା ମୁତାବିକ, ଜଙ୍କିଆରୁ ଖୋର୍ଦ୍ଧା ଅଭିମୁଖେ ଏକ ବାଇକ(ଓଆର୍୦୨-ଏଡି ୪୮୩୫) ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ୧୮ ଚକିଆ ଟ୍ରକଟି ୧୬ନମ୍ବର ଜାତୀୟ ରାଜପଥ ଗୋଳବାଇ ଛକରେ ବାଇକଟି ଧକ୍କା ଦେଇଥିଲା ଯାହାଫଳରେ ବାଇକ୍ ଚାଳକ ଜଣକ ଭାରସାମ୍ୟ ହରାଇ ଟ୍ରକ ଚକାତଳେ ପଡିଯିବାରୁ ଟ୍ରକଟି ଚଢ଼ିଯାଇଥିଲା। ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଜଙ୍କିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ଜାରି ରଖିଛି ।

   ସମ୍ବନ୍ଧିତ ଖବର


ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

‘ଲଭ୍ ଜିହାଦ୍’ ଦୋଷୀଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍, ବିଲ୍ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ

ମରୁଭୂମିରେ ରହସ୍ୟମୟ ବସ୍ତୁର ସନ୍ଧାନ, ହେଲିକପ୍ଟର ଉଡାଣ ଆରମ୍ଭ କରିବା ବେଳେ ଦେଖିଲେ ପାଇଲଟ୍